Isaiah 16:5 in Oriya 5 ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
Other Translations King James Version (KJV) And in mercy shall the throne be established: and he shall sit upon it in truth in the tabernacle of David, judging, and seeking judgment, and hasting righteousness.
American Standard Version (ASV) And a throne shall be established in lovingkindness; and one shall sit thereon in truth, in the tent of David, judging, and seeking justice, and swift to do righteousness.
Bible in Basic English (BBE) Then a king's seat will be based on mercy, and one will be seated on it in the tent of David for ever; judging uprightly, and quick to do righteousness.
Darby English Bible (DBY) And a throne shall be established in mercy: and in the tent of David there shall sit upon it, in truth, one judging and seeking justice and hastening righteousness.
World English Bible (WEB) A throne shall be established in loving kindness; and one shall sit thereon in truth, in the tent of David, judging, and seeking justice, and swift to do righteousness.
Young's Literal Translation (YLT) And established in kindness is the throne, And `one' hath sat on it in truth, in the tent of David, Judging and seeking judgment, and hasting righteousness.
Cross Reference 2 Samuel 5:9 in Oriya 9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Samuel 7:16 in Oriya 16 ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରିକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”
2 Samuel 23:3 in Oriya 3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
1 Kings 10:9 in Oriya 9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Psalm 61:6 in Oriya 6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 85:10 in Oriya 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
Psalm 89:1 in Oriya 1 ଇଷ୍ରାହୀୟ ଏଥନର ମସ୍କୀଲ୍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି।
Psalm 89:14 in Oriya 14 ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
Psalm 96:13 in Oriya 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 98:9 in Oriya 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Proverbs 20:28 in Oriya 28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
Proverbs 29:14 in Oriya 14 ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 11:1 in Oriya 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 55:4 in Oriya 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 1:69 in Oriya 69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,
Acts 15:16 in Oriya 16 ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
Hebrews 1:8 in Oriya 8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
2 Peter 3:11 in Oriya 11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଇଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,