Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Other Translations King James Version (KJV) Because thou hast forgotten the God of thy salvation, and hast not been mindful of the rock of thy strength, therefore shalt thou plant pleasant plants, and shalt set it with strange slips:
American Standard Version (ASV) For thou hast forgotten the God of thy salvation, and hast not been mindful of the rock of thy strength; therefore thou plantest pleasant plants, and settest it with strange slips.
Bible in Basic English (BBE) For you have not given honour to the God of your salvation, and have not kept in mind the Rock of your strength; for this cause you made a garden of Adonis, and put in it the vine-cuttings of a strange god;
Darby English Bible (DBY) For thou hast forgotten the God of thy salvation, and hast not been mindful of the rock of thy strength; therefore shalt thou plant pleasant plantations, and shalt set them with foreign slips:
World English Bible (WEB) For you have forgotten the God of your salvation, and have not been mindful of the rock of your strength; therefore you plant pleasant plants, and set it with strange slips.
Young's Literal Translation (YLT) Because thou hast forgotten the God of thy salvation, And the rock of thy strength hast not remembered, Therefore thou plantest plants of pleasantness, And with a strange slip sowest it,
Cross Reference Leviticus 26:16 in Oriya 16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
Leviticus 26:20 in Oriya 20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
Deuteronomy 6:12 in Oriya 12 ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
Deuteronomy 8:11 in Oriya 11 ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।
Deuteronomy 8:14 in Oriya 14 ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
Deuteronomy 8:19 in Oriya 19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।
Deuteronomy 28:30 in Oriya 30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,
Deuteronomy 28:38 in Oriya 38 ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Deuteronomy 32:18 in Oriya 18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
Deuteronomy 32:31 in Oriya 31 କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
1 Chronicles 16:35 in Oriya 35 ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
Psalm 9:17 in Oriya 17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 31:2 in Oriya 2 ମୋ' ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ' ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
Psalm 65:5 in Oriya 5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
Psalm 68:19 in Oriya 19 ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
Psalm 79:9 in Oriya 9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
Psalm 85:4 in Oriya 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
Psalm 106:13 in Oriya 13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
Psalm 106:21 in Oriya 21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 26:4 in Oriya 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Isaiah 65:21 in Oriya 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Jeremiah 2:32 in Oriya 32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।
Jeremiah 12:13 in Oriya 13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।
Jeremiah 17:13 in Oriya 13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ' ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Hosea 8:14 in Oriya 14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।
Hosea 13:6 in Oriya 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
Amos 5:11 in Oriya 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Habakkuk 3:18 in Oriya 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
Zephaniah 1:13 in Oriya 13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।