Isaiah 19:21 in Oriya 21 ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।
Other Translations King James Version (KJV) And the LORD shall be known to Egypt, and the Egyptians shall know the LORD in that day, and shall do sacrifice and oblation; yea, they shall vow a vow unto the LORD, and perform it.
American Standard Version (ASV) And Jehovah shall be known to Egypt, and the Egyptians shall know Jehovah in that day; yea, they shall worship with sacrifice and oblation, and shall vow a vow unto Jehovah, and shall perform it.
Bible in Basic English (BBE) And the Lord will give the knowledge of himself to Egypt, and the Egyptians will give honour to the Lord in that day; they will give him worship with offerings and meal offerings, and will take an oath to the Lord and give effect to it.
Darby English Bible (DBY) And Jehovah shall be known to the Egyptians, and the Egyptians shall know Jehovah in that day, and shall serve with sacrifice and oblation; and they shall vow a vow unto Jehovah, and perform it.
World English Bible (WEB) Yahweh shall be known to Egypt, and the Egyptians shall know Yahweh in that day; yes, they shall worship with sacrifice and offering, and shall vow a vow to Yahweh, and shall perform it.
Young's Literal Translation (YLT) And known hath been Jehovah to Egypt, And the Egyptians have known Jehovah in that day, And done sacrifice and present, And vowed a vow to Jehovah, and completed `it'.
Cross Reference 1 Samuel 17:46 in Oriya 46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ' ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
1 Kings 8:43 in Oriya 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
Psalm 67:2 in Oriya 2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
Psalm 98:2 in Oriya 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
Ecclesiastes 5:4 in Oriya 4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 44:5 in Oriya 5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 56:7 in Oriya 7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
Jonah 1:16 in Oriya 16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
Habakkuk 2:14 in Oriya 14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
Zephaniah 3:10 in Oriya 10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
Zechariah 14:16 in Oriya 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
John 4:21 in Oriya 21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
Romans 15:27 in Oriya 27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।
Galatians 4:8 in Oriya 8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।