Isaiah 19:3 in Oriya 3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।
Other Translations King James Version (KJV) And the spirit of Egypt shall fail in the midst thereof; and I will destroy the counsel thereof: and they shall seek to the idols, and to the charmers, and to them that have familiar spirits, and to the wizards.
American Standard Version (ASV) And the spirit of Egypt shall fail in the midst of it; and I will destroy the counsel thereof: and they shall seek unto the idols, and to the charmers, and to them that have familiar spirits, and to the wizards.
Bible in Basic English (BBE) And the spirit of Egypt will be troubled in her, and I will make her decisions without effect: and they will be turning to the false gods, and to those who make hollow sounds, and to those who have control of spirits, and to those who are wise in secret arts.
Darby English Bible (DBY) And the spirit of Egypt shall fail in the midst of it, and I will destroy the counsel thereof; and they shall seek unto the idols and unto the conjurers, and unto the necromancers, and unto the soothsayers.
World English Bible (WEB) The spirit of Egypt shall fail in the midst of it; and I will destroy the counsel of it: and they shall seek to the idols, and to the charmers, and to those who have familiar spirits, and to the wizards.
Young's Literal Translation (YLT) And emptied out hath been in its midst the spirit of Egypt. And its counsel I swallow up, And they have sought unto the idols, And unto the charmers, And unto those having familiar spirits, And unto the wizards.
Cross Reference 1 Samuel 25:37 in Oriya 37 ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
2 Samuel 15:31 in Oriya 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
2 Samuel 17:14 in Oriya 14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
Job 5:12 in Oriya 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
Psalm 76:12 in Oriya 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Psalm 107:27 in Oriya 27 ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 14:27 in Oriya 27 କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ ?
Isaiah 15:2 in Oriya 2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
Isaiah 19:1 in Oriya 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Isaiah 19:11 in Oriya 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
Isaiah 44:25 in Oriya 25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Isaiah 57:16 in Oriya 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Jeremiah 46:15 in Oriya 15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।”
Ezekiel 21:7 in Oriya 7 ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 22:14 in Oriya 14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
Daniel 2:2 in Oriya 2 ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
Daniel 4:6 in Oriya 6 ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋ' ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
Daniel 5:7 in Oriya 7 ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”