Isaiah 2:19 in Oriya 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
Other Translations King James Version (KJV) And they shall go into the holes of the rocks, and into the caves of the earth, for fear of the LORD, and for the glory of his majesty, when he ariseth to shake terribly the earth.
American Standard Version (ASV) And men shall go into the caves of the rocks, and into the holes of the earth, from before the terror of Jehovah, and from the glory of his majesty, when he ariseth to shake mightily the earth.
Bible in Basic English (BBE) And men will go into cracks of the rocks, and into holes of the earth, for fear of the Lord, and before the glory of his power, when he comes out of his place, shaking the earth with his strength.
Darby English Bible (DBY) And they shall go into the caves of the rocks, and into the holes of the earth, from before the terror of Jehovah, and from the glory of his majesty, when he shall arise to terrify the earth.
World English Bible (WEB) Men shall go into the caves of the rocks, And into the holes of the earth, From before the terror of Yahweh, And from the glory of his majesty, When he arises to shake the earth mightily.
Young's Literal Translation (YLT) And `men' have entered into caverns of rocks, And into caves of dust, Because of the fear of Jehovah, And because of the honour of His excellency, In His rising to terrify the earth.
Cross Reference 1 Samuel 13:6 in Oriya 6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
1 Samuel 14:11 in Oriya 11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।
Psalm 7:6 in Oriya 6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ' ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ' ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।
Psalm 18:6 in Oriya 6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ' ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Psalm 76:7 in Oriya 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
Psalm 114:5 in Oriya 5 ତୁମ୍ଭର କ'ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ?
Isaiah 2:10 in Oriya 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
Isaiah 2:21 in Oriya 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
Isaiah 30:32 in Oriya 32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
Jeremiah 16:16 in Oriya 16 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
Hosea 10:8 in Oriya 8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।”
Micah 1:3 in Oriya 3 କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
Micah 7:17 in Oriya 17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
Nahum 1:3 in Oriya 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Habakkuk 3:3 in Oriya 3 ପରମେଶ୍ୱର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
Haggai 2:6 in Oriya 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
Haggai 2:21 in Oriya 21 ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
Luke 23:30 in Oriya 30 ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),
Hebrews 11:38 in Oriya 38 ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
Hebrews 12:26 in Oriya 26 ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Revelation 9:6 in Oriya 6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:18 in Oriya 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।