Isaiah 2:6 in Oriya 6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
Other Translations King James Version (KJV) Therefore thou hast forsaken thy people the house of Jacob, because they be replenished from the east, and are soothsayers like the Philistines, and they please themselves in the children of strangers.
American Standard Version (ASV) For thou hast forsaken thy people the house of Jacob, because they are filled `with customs' from the east, and `are' soothsayers like the Philistines, and they strike hands with the children of foreigners.
Bible in Basic English (BBE) For you, O Lord, have given up your people, the family of Jacob, because they are full of the evil ways of the east, and make use of secret arts like the Philistines, and are friends with the children of strange countries.
Darby English Bible (DBY) For thou hast cast off thy people, the house of Jacob, because they are filled [with what comes] from the east, and use auguries like the Philistines, and ally themselves with the children of foreigners.
World English Bible (WEB) For you have forsaken your people, the house of Jacob, Because they are filled from the east, With those who practice divination like the Philistines, And they clasp hands with the children of foreigners.
Young's Literal Translation (YLT) For Thou hast left Thy people, the house of Jacob. For they have been filled from the east, And `are' sorcerers like the Philistines, And with the children of strangers strike hands.
Cross Reference Exodus 22:18 in Oriya 18 ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
Exodus 34:16 in Oriya 16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
Leviticus 19:31 in Oriya 31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
Leviticus 20:6 in Oriya 6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
Numbers 23:7 in Oriya 7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
Numbers 25:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
Deuteronomy 18:10 in Oriya 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Deuteronomy 21:11 in Oriya 11 ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
1 Kings 11:1 in Oriya 1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
2 Kings 1:2 in Oriya 2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରୀର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।”
2 Kings 16:7 in Oriya 7 ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ' ବିରୁଦ୍ଧରେ ଉଠୁଅଛନ୍ତି।”
1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
2 Chronicles 24:20 in Oriya 20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।
Nehemiah 13:23 in Oriya 23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Psalm 106:35 in Oriya 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
Proverbs 6:1 in Oriya 1 ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Jeremiah 10:2 in Oriya 2 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।”
Lamentations 5:20 in Oriya 20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
Romans 11:20 in Oriya 20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;