Isaiah 21:2 in Oriya 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
Other Translations King James Version (KJV) A grievous vision is declared unto me; the treacherous dealer dealeth treacherously, and the spoiler spoileth. Go up, O Elam: besiege, O Media; all the sighing thereof have I made to cease.
American Standard Version (ASV) A grievous vision is declared unto me; the treacherous man dealeth treacherously, and the destroyer destroyeth. Go up, O Elam; besiege, O Media; all the sighing thereof have I made to cease.
Bible in Basic English (BBE) A vision of fear comes before my eyes; the worker of deceit goes on in his false way, and the waster goes on making waste. Up! Elam; to the attack! Media; I have put an end to her sorrow.
Darby English Bible (DBY) A grievous vision is declared unto me: the treacherous dealeth treacherously, and the spoiler spoileth. Go up, Elam! besiege, Media! All the sighing thereof have I made to cease.
World English Bible (WEB) A grievous vision is declared to me; the treacherous man deals treacherously, and the destroyer destroys. Go up, Elam; besiege, Media; all the sighing of it have I made to cease.
Young's Literal Translation (YLT) A hard vision hath been declared to me, The treacherous dealer is dealing treacherously, And the destroyer is destroying. Go up, O Elam, besiege, O Media, All its sighing I have caused to cease.
Cross Reference 1 Samuel 24:13 in Oriya 13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 60:3 in Oriya 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Psalm 79:11 in Oriya 11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
Psalm 137:1 in Oriya 1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
Proverbs 13:15 in Oriya 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
Isaiah 13:2 in Oriya 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।
Isaiah 13:17 in Oriya 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
Isaiah 14:1 in Oriya 1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
Isaiah 22:6 in Oriya 6 ପୁଣି, ଏଲମ୍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା।
Isaiah 24:16 in Oriya 16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
Isaiah 33:1 in Oriya 1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Jeremiah 31:11 in Oriya 11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Jeremiah 31:25 in Oriya 25 କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
Jeremiah 45:3 in Oriya 3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ' ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।'
Jeremiah 49:34 in Oriya 34 ଯିହୁଦାର ରାଜା ସିଦିକୀୟର ଅଧିକାରର ଆରମ୍ଭ ସମୟରେ ଏଲମ୍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Jeremiah 50:14 in Oriya 14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
Jeremiah 50:34 in Oriya 34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”
Jeremiah 51:3 in Oriya 3 ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
Jeremiah 51:11 in Oriya 11 ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Jeremiah 51:27 in Oriya 27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Jeremiah 51:48 in Oriya 48 ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।”
Jeremiah 51:53 in Oriya 53 ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Lamentations 1:22 in Oriya 22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋ' ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।
Daniel 5:28 in Oriya 28 ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।
Daniel 8:20 in Oriya 20 ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Zechariah 1:15 in Oriya 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
Revelation 13:10 in Oriya 10 କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।