Isaiah 23:1 in Oriya 1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
Other Translations King James Version (KJV) The burden of Tyre. Howl, ye ships of Tarshish; for it is laid waste, so that there is no house, no entering in: from the land of Chittim it is revealed to them.
American Standard Version (ASV) The burden of Tyre. Howl, ye ships of Tarshish; for it is laid waste, so that there is no house, no entering in: from the land of Kittim it is revealed to them.
Bible in Basic English (BBE) The word about Tyre. Let a cry of sorrow go up, O ships of Tarshish, because your strong place is made waste; on the way back from the land of Kittim the news is given to them.
Darby English Bible (DBY) The burden of Tyre. Howl, ye ships of Tarshish! for it is laid waste, so that there is no house, none entering in. From the land of Chittim it is revealed to them.
World English Bible (WEB) The burden of Tyre. Howl, you ships of Tarshish; for it is laid waste, so that there is no house, no entering in: from the land of Kittim it is revealed to them.
Young's Literal Translation (YLT) The Burden of Tyre. Howl, ye ships of Tarshish, For it hath been destroyed, Without house, without entrance, From the land of Chittim it was revealed to them.
Cross Reference Genesis 10:4 in Oriya 4 ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
Numbers 24:24 in Oriya 24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।
Joshua 19:29 in Oriya 29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
1 Kings 5:1 in Oriya 1 ଏଥିଉତ୍ତାରେ ସୋରର ରାଜା ହୀରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୀରମ୍ର ପ୍ରିୟପାତ୍ର ଥିଲେ।
1 Kings 10:22 in Oriya 22 କାରଣ, ସମୁଦ୍ରରେ ହୀରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
1 Kings 22:48 in Oriya 48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ୍ଗେବରରେ ଜାହାଜମାନ ଭାଙ୍ଗିଗଲା।
2 Chronicles 9:21 in Oriya 21 କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
Psalm 48:7 in Oriya 7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ।
Isaiah 2:16 in Oriya 16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
Isaiah 15:1 in Oriya 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Isaiah 15:8 in Oriya 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।
Isaiah 23:12 in Oriya 12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
Isaiah 24:10 in Oriya 10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
Isaiah 60:9 in Oriya 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Jeremiah 2:10 in Oriya 10 ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି ?
Jeremiah 25:10 in Oriya 10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 25:22 in Oriya 22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
Jeremiah 47:4 in Oriya 4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
Ezekiel 26:1 in Oriya 1 ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Daniel 11:30 in Oriya 30 କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।
Joel 3:4 in Oriya 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
Amos 1:9 in Oriya 9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Zechariah 9:2 in Oriya 2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନି ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
Revelation 18:17 in Oriya 17 କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା। ଆଉ ପ୍ରତ୍ୟକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
Revelation 18:22 in Oriya 22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୁରୀବାଦକ ମାନଙ୍କର ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,