Isaiah 23:13 in Oriya 13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
Other Translations King James Version (KJV) Behold the land of the Chaldeans; this people was not, till the Assyrian founded it for them that dwell in the wilderness: they set up the towers thereof, they raised up the palaces thereof; and he brought it to ruin.
American Standard Version (ASV) Behold, the land of the Chaldeans: this people was not; the Assyrian founded it for them that dwell in the wilderness; they set up their towers; they overthrew the palaces thereof; they made it a ruin.
Bible in Basic English (BBE) ...
Darby English Bible (DBY) Behold the land of the Chaldeans: this people did not exist; the Assyrian founded it for the dwellers in the desert: they set up their towers, they destroyed the palaces thereof; he brought it to ruin.
World English Bible (WEB) Behold, the land of the Chaldeans: this people was not; the Assyrian founded it for those who dwell in the wilderness; they set up their towers; they overthrew the palaces of it; they made it a ruin.
Young's Literal Translation (YLT) Lo, the land of the Chaldeans -- this people was not, Asshur founded it for the Ziim, They raised its watch-towers, They lifted up her palaces, -- He hath appointed her for a ruin!
Cross Reference Genesis 2:14 in Oriya 14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍।
Genesis 10:10 in Oriya 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
Genesis 11:9 in Oriya 9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
Genesis 11:28 in Oriya 28 ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
Genesis 11:31 in Oriya 31 ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
2 Kings 17:24 in Oriya 24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
2 Kings 20:12 in Oriya 12 ସେହି ସମୟରେ ବଲ୍ଦନର ପୁତ୍ର ବରୋଦକ୍ ବଲଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
2 Chronicles 33:11 in Oriya 11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ।
Ezra 4:9 in Oriya 9 ରହୂମ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଓ ସେମାନଙ୍କର ଅନ୍ୟ ସଙ୍ଗୀ ସମସ୍ତେ, ଅର୍ଥାତ୍, ଦୀନୀୟ ଓ ଅଫର୍ସ୍ତଖୀୟ, ଟର୍ପଲୀୟ, ଅଫର୍ସୀୟ, ଅର୍କବୀୟ, ବାବିଲୀୟ, ଶୂଶନୀୟ, ଦେହ୍ୱୀୟ, ଏଲମୀୟ ଲୋକମାନେ,
Job 1:17 in Oriya 17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
Psalm 72:9 in Oriya 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 10:7 in Oriya 7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
Isaiah 13:19 in Oriya 19 ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
Ezekiel 26:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
Ezekiel 29:18 in Oriya 18 “ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Habakkuk 1:6 in Oriya 6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
Acts 7:4 in Oriya 4 ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି,ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ,