Isaiah 23:18 in Oriya 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
Other Translations King James Version (KJV) And her merchandise and her hire shall be holiness to the LORD: it shall not be treasured nor laid up; for her merchandise shall be for them that dwell before the LORD, to eat sufficiently, and for durable clothing.
American Standard Version (ASV) And her merchandise and her hire shall be holiness to Jehovah: it shall not be treasured nor laid up; for her merchandise shall be for them that dwell before Jehovah, to eat sufficiently, and for durable clothing.
Bible in Basic English (BBE) And her goods and her trade will be holy to the Lord: they will not be kept back or stored up; for her produce will be for those living in the Lord's land, to give them food for their needs, and fair clothing.
Darby English Bible (DBY) And her merchandise and her hire shall be holy to Jehovah: it shall not be treasured nor laid up; for her merchandise shall be for them that dwell before Jehovah, to eat and be sufficed, and for excellent clothing.
World English Bible (WEB) Her merchandise and her hire shall be holiness to Yahweh: it shall not be treasured nor laid up; for her merchandise shall be for those who dwell before Yahweh, to eat sufficiently, and for durable clothing.
Young's Literal Translation (YLT) And her merchandise and her gift have been holy to Jehovah, Not treasured up nor stored, For to those sitting before Jehovah is her merchandise, To eat to satiety, and for a lasting covering!
Cross Reference Exodus 28:36 in Oriya 36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।
Deuteronomy 12:18 in Oriya 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 26:12 in Oriya 12 ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
2 Chronicles 2:7 in Oriya 7 ଏହେତୁ ମୋ' ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋ' ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋ' ନିକଟକୁ ପଠାଉନ୍ତୁ।
2 Chronicles 2:11 in Oriya 11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।
Psalm 45:12 in Oriya 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
Psalm 72:10 in Oriya 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜାଗଣ ଭେଟୀ ଦାନ କରିବେ।
Proverbs 3:9 in Oriya 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
Proverbs 13:22 in Oriya 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Proverbs 28:8 in Oriya 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
Ecclesiastes 2:26 in Oriya 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Isaiah 60:5 in Oriya 5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Micah 4:13 in Oriya 13 ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Matthew 6:19 in Oriya 19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
Matthew 25:35 in Oriya 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Mark 3:8 in Oriya 8 ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
Luke 8:3 in Oriya 3 ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
Luke 12:18 in Oriya 18 ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
Luke 12:33 in Oriya 33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Luke 16:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
Acts 9:39 in Oriya 39 ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ।
Acts 21:3 in Oriya 3 ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
Romans 15:25 in Oriya 25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମକୁ ଯାଉଅଛି।
Galatians 6:6 in Oriya 6 କିନ୍ତୁ ଯେ ଇଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।
Philippians 4:17 in Oriya 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।