Isaiah 24:23 in Oriya 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Other Translations King James Version (KJV) Then the moon shall be confounded, and the sun ashamed, when the LORD of hosts shall reign in mount Zion, and in Jerusalem, and before his ancients gloriously.
American Standard Version (ASV) Then the moon shall be confounded, and the sun ashamed; for Jehovah of hosts will reign in mount Zion, and in Jerusalem; and before his elders shall be glory.
Bible in Basic English (BBE) Then the moon will be veiled, and the sun put to shame; for the Lord of armies will be ruling in Mount Zion and in Jerusalem, and before his judges he will let his glory be seen.
Darby English Bible (DBY) And the moon shall be confounded, and the sun ashamed; for Jehovah of hosts shall reign on mount Zion, and in Jerusalem, and before his ancients in glory.
World English Bible (WEB) Then the moon shall be confounded, and the sun ashamed; for Yahweh of Hosts will reign on Mount Zion, and in Jerusalem; and before his elders shall be glory.
Young's Literal Translation (YLT) And confounded hath been the moon, And ashamed hath been the sun, For reigned hath Jehovah of Hosts In mount Zion, and in Jerusalem, And over-against His elders -- honour!
Cross Reference Exodus 15:21 in Oriya 21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
Job 38:4 in Oriya 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।
Psalm 97:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 13:10 in Oriya 10 କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
Isaiah 30:26 in Oriya 26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Isaiah 60:19 in Oriya 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।
Ezekiel 32:7 in Oriya 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
Daniel 7:9 in Oriya 9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Daniel 7:18 in Oriya 18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Joel 2:31 in Oriya 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Joel 3:15 in Oriya 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 6:10 in Oriya 10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Mark 13:24 in Oriya 24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 14:1 in Oriya 1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।
Revelation 19:4 in Oriya 4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା।
Revelation 19:6 in Oriya 6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି।
Revelation 21:23 in Oriya 23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଇଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
Revelation 22:5 in Oriya 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।