Isaiah 24:6 in Oriya 6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
Other Translations King James Version (KJV) Therefore hath the curse devoured the earth, and they that dwell therein are desolate: therefore the inhabitants of the earth are burned, and few men left.
American Standard Version (ASV) Therefore hath the curse devoured the earth, and they that dwell therein are found guilty: therefore the inhabitants of the earth are burned, and few men left.
Bible in Basic English (BBE) For this cause the earth is given up to the curse, and those in it are judged as sinners: for this cause those living on the earth are burned up, and the rest are small in number.
Darby English Bible (DBY) Therefore doth the curse devour the earth, and they that dwell therein are held guilty; therefore the inhabitants of the earth are consumed, and few men are left.
World English Bible (WEB) Therefore has the curse devoured the earth, and those who dwell therein are found guilty: therefore the inhabitants of the earth are burned, and few men left.
Young's Literal Translation (YLT) Therefore a curse hath consumed the land, And the inhabitants in it are become desolate, Therefore consumed have been inhabitants of the land, And few men have been left.
Cross Reference Leviticus 26:22 in Oriya 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 28:62 in Oriya 62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
Deuteronomy 29:22 in Oriya 22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
Deuteronomy 30:18 in Oriya 18 ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
Joshua 23:15 in Oriya 15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 42:24 in Oriya 24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?
Ezekiel 5:3 in Oriya 3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Malachi 2:2 in Oriya 2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।
Malachi 3:9 in Oriya 9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:6 in Oriya 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Matthew 7:14 in Oriya 14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
Matthew 27:25 in Oriya 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
Romans 9:27 in Oriya 27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;”
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।