Isaiah 25:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
Other Translations King James Version (KJV) O Lord, thou art my God; I will exalt thee, I will praise thy name; for thou hast done wonderful things; thy counsels of old are faithfulness and truth.
American Standard Version (ASV) O Jehovah, thou art my God; I will exalt thee, I will praise thy name; for thou hast done wonderful things, `even' counsels of old, in faithfulness `and' truth.
Bible in Basic English (BBE) O Lord, you are my God; I will give praise to you, I will give honour to your name; for you have done great acts of power; your purposes in the past have been made true and certain in effect.
Darby English Bible (DBY) Jehovah, thou art my God: I will exalt thee; I will celebrate thy name, for thou hast done wonderful things; counsels of old [which are] faithfulness [and] truth.
World English Bible (WEB) Yahweh, you are my God; I will exalt you, I will praise your name; for you have done wonderful things, [even] counsels of old, in faithfulness [and] truth.
Young's Literal Translation (YLT) O Jehovah, my God `art' Thou, I exalt Thee, I confess Thy name, For Thou hast done a wonderful thing, Counsels of old, stedfastness, O stedfast One.
Cross Reference Exodus 15:2 in Oriya 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Psalm 33:10 in Oriya 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି।
Psalm 40:5 in Oriya 5 ହେ ସଦାପ୍ରଭୁ, ମୋ' ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 78:4 in Oriya 4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Psalm 99:5 in Oriya 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
Psalm 107:8 in Oriya 8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Psalm 111:4 in Oriya 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Psalm 118:28 in Oriya 28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Psalm 146:2 in Oriya 2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।
Isaiah 26:13 in Oriya 13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
Isaiah 28:29 in Oriya 29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Ezekiel 38:17 in Oriya 17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?
Daniel 4:2 in Oriya 2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା।
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 7:12 in Oriya 12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।