Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Other Translations King James Version (KJV) For in this mountain shall the hand of the LORD rest, and Moab shall be trodden down under him, even as straw is trodden down for the dunghill.
American Standard Version (ASV) For in this mountain will the hand of Jehovah rest; and Moab shall be trodden down in his place, even as straw is trodden down in the water of the dung-hill.
Bible in Basic English (BBE) For in this mountain will the hand of the Lord come to rest, and Moab will be crushed down in his place, even as the dry stems of the grain are crushed under foot in the waste place.
Darby English Bible (DBY) For in this mountain shall the hand of Jehovah rest, and Moab shall be trodden down under him, as straw is trodden down in the dunghill;
World English Bible (WEB) For in this mountain will the hand of Yahweh rest; and Moab shall be trodden down in his place, even as straw is trodden down in the water of the dung-hill.
Young's Literal Translation (YLT) For rest doth the hand of Jehovah on this mountain, And trodden down is Moab under Him, As trodden down is straw on a dunghill.
Cross Reference Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Psalm 83:10 in Oriya 10 ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Psalm 132:13 in Oriya 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 10:31 in Oriya 31 ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 11:14 in Oriya 14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 14:19 in Oriya 19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
Isaiah 15:1 in Oriya 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Isaiah 18:4 in Oriya 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”
Isaiah 25:6 in Oriya 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Isaiah 26:6 in Oriya 6 ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Jeremiah 48:2 in Oriya 2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।'
Lamentations 1:15 in Oriya 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋ' ଯୁବକଗଣକୁ ଦଳି ପକାଇବା ପାଇଁ ମୋ' ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
Ezekiel 48:35 in Oriya 35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।
Amos 2:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Micah 4:13 in Oriya 13 ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Zephaniah 2:9 in Oriya 9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।
Zephaniah 3:15 in Oriya 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।