Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Other Translations King James Version (KJV) For thou hast been a strength to the poor, a strength to the needy in his distress, a refuge from the storm, a shadow from the heat, when the blast of the terrible ones is as a storm against the wall.
American Standard Version (ASV) For thou hast been a stronghold to the poor, a stronghold to the needy in his distress, a refuge from the storm, a shade from the heat, when the blast of the terrible ones is as a storm against the wall.
Bible in Basic English (BBE) For you have been a strong place for the poor and the crushed in their trouble, a safe place from the storm, a shade from the heat, when the wrath of the cruel ones is like a winter storm.
Darby English Bible (DBY) For thou hast been a fortress to the poor, a fortress for the needy in his distress, a refuge from the storm, a shadow from the heat: for the blast of the terrible ones [has been] as the storm [against] a wall.
World English Bible (WEB) For you have been a stronghold to the poor, a stronghold to the needy in his distress, a refuge from the storm, a shade from the heat, when the blast of the awesome ones is as a storm against the wall.
Young's Literal Translation (YLT) For Thou hast been a stronghold for the poor, A stronghold for the needy in his distress, A refuge from storm, a shadow from heat, When the spirit of the terrible `is' as a storm -- a wall.
Cross Reference Job 5:15 in Oriya 15 ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 35:10 in Oriya 10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ୍ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
Psalm 72:4 in Oriya 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Psalm 72:13 in Oriya 13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
Psalm 107:41 in Oriya 41 ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
Psalm 119:31 in Oriya 31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୁ, ମୋତେ ଲଜ୍ଜିତ କର ନାହିଁ।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Isaiah 11:4 in Oriya 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Isaiah 14:32 in Oriya 32 ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।
Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Isaiah 27:5 in Oriya 5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
Isaiah 29:5 in Oriya 5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ।
Isaiah 29:19 in Oriya 19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 32:18 in Oriya 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Isaiah 33:2 in Oriya 2 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
Isaiah 33:16 in Oriya 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Isaiah 37:3 in Oriya 3 ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Isaiah 37:36 in Oriya 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Isaiah 49:25 in Oriya 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Ezekiel 13:11 in Oriya 11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, “ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।”
Zephaniah 3:12 in Oriya 12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
Matthew 7:25 in Oriya 25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?