Isaiah 25:5 in Oriya 5 ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।
Other Translations King James Version (KJV) Thou shalt bring down the noise of strangers, as the heat in a dry place; even the heat with the shadow of a cloud: the branch of the terrible ones shall be brought low.
American Standard Version (ASV) As the heat in a dry place wilt thou bring down the noise of strangers; as the heat by the shade of a cloud, the song of the terrible ones shall be brought low.
Bible in Basic English (BBE) As heat by the shade of a cloud, the noise of the men of pride has been made quiet by you; as heat by the shade of a cloud, the song of the cruel ones has been stopped.
Darby English Bible (DBY) Thou hast subdued the tumult of strangers, as the heat in a dry place; [as] the heat, by the shadow of a cloud, [so] the song of the terrible ones is brought low.
World English Bible (WEB) As the heat in a dry place will you bring down the noise of strangers; as the heat by the shade of a cloud, the song of the awesome ones shall be brought low.
Young's Literal Translation (YLT) As heat in a dry place, The noise of strangers Thou humblest, Heat with the shadow of a thick cloud, The singing of the terrible is humbled.
Cross Reference Job 8:16 in Oriya 16 ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।
Psalm 74:3 in Oriya 3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 105:39 in Oriya 39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
Isaiah 10:8 in Oriya 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
Isaiah 10:32 in Oriya 32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
Isaiah 13:11 in Oriya 11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
Isaiah 14:10 in Oriya 10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ'ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ ? ତୁମ୍ଭେ କ'ଣ ଆମ୍ଭମାନଙ୍କର ସମାନ ହେଲ ?
Isaiah 14:19 in Oriya 19 ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
Isaiah 17:12 in Oriya 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !
Isaiah 18:4 in Oriya 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 49:25 in Oriya 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Isaiah 54:15 in Oriya 15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Jeremiah 50:11 in Oriya 11 “ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
Jeremiah 51:38 in Oriya 38 ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।”
Jeremiah 51:53 in Oriya 53 ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।
Ezekiel 32:18 in Oriya 18 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ।
Ezekiel 38:9 in Oriya 9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
Daniel 7:23 in Oriya 23 ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Jonah 4:5 in Oriya 5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।
Revelation 16:1 in Oriya 1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଇଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।
Revelation 20:8 in Oriya 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।