Isaiah 25:6 in Oriya 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Other Translations King James Version (KJV) And in this mountain shall the LORD of hosts make unto all people a feast of fat things, a feast of wines on the lees, of fat things full of marrow, of wines on the lees well refined.
American Standard Version (ASV) And in this mountain will Jehovah of hosts make unto all peoples a feast of fat things, a feast of wines on the lees, of fat things full of marrow, of wines on the lees well refined.
Bible in Basic English (BBE) And in this mountain will the Lord of armies make for all peoples a feast of good things, a feast of wines long stored, of good things sweet to the taste, of wines long kept and tested.
Darby English Bible (DBY) And in this mountain will Jehovah of hosts make unto all peoples a feast of fat things, a feast of wines on the lees, of fat things full of marrow, of wines on the lees well refined.
World English Bible (WEB) In this mountain will Yahweh of Hosts make to all peoples a feast of fat things, a feast of wines on the lees, of fat things full of marrow, of wines on the lees well refined.
Young's Literal Translation (YLT) And made hath Jehovah of Hosts, For all the peoples in this mount, A banquet of fat things, a banquet of preserved things, Fat things full of marrow, preserved things refined.
Cross Reference Psalm 63:5 in Oriya 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ' ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
Psalm 72:14 in Oriya 14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ।
Psalm 78:68 in Oriya 68 ମାତ୍ର ଯିହୂଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Proverbs 9:1 in Oriya 1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
Song of Solomon 1:2 in Oriya 2 ସେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 1:19 in Oriya 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Jeremiah 48:11 in Oriya 11 ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।”
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Zechariah 9:16 in Oriya 16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
Matthew 8:11 in Oriya 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Matthew 22:1 in Oriya 1 ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,
Matthew 26:29 in Oriya 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Luke 5:39 in Oriya 39 ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ।
Luke 14:16 in Oriya 16 କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Luke 22:30 in Oriya 30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Revelation 19:9 in Oriya 9 ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହି ସବୁ ଇଶ୍ବରଙ୍କ ସତ୍ୟ ବାକ୍ୟ।