Isaiah 26:10 in Oriya 10 ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
Other Translations King James Version (KJV) Let favour be shewed to the wicked, yet will he not learn righteousness: in the land of uprightness will he deal unjustly, and will not behold the majesty of the LORD.
American Standard Version (ASV) Let favor be showed to the wicked, yet will he not learn righteousness; in the land of uprightness will he deal wrongfully, and will not behold the majesty of Jehovah.
Bible in Basic English (BBE) Even if you are kind to the evil-doer, he will not go after righteousness; even in the land of the upright he will still go on in his wrongdoing, and will not see the glory of the Lord.
Darby English Bible (DBY) If favour be shewn to the wicked, he doth not learn righteousness: in the land of uprightness he dealeth unjustly, and beholdeth not the majesty of Jehovah.
World English Bible (WEB) Let favor be shown to the wicked, yet will he not learn righteousness; in the land of uprightness will he deal wrongfully, and will not see the majesty of Yahweh.
Young's Literal Translation (YLT) The wicked findeth favour, He hath not learned righteousness, In a land of straightforwardness he dealeth perversely, And seeth not the excellency of Jehovah.
Cross Reference Exodus 8:15 in Oriya 15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Exodus 8:31 in Oriya 31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝାଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
Exodus 9:34 in Oriya 34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
1 Samuel 15:17 in Oriya 17 ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
Psalm 28:4 in Oriya 4 ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
Psalm 78:54 in Oriya 54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
Psalm 106:43 in Oriya 43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
Psalm 143:10 in Oriya 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
Proverbs 1:32 in Oriya 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
Ecclesiastes 3:16 in Oriya 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
Isaiah 2:10 in Oriya 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
Isaiah 5:12 in Oriya 12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
Isaiah 22:12 in Oriya 12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Isaiah 27:13 in Oriya 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Isaiah 32:6 in Oriya 6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Jeremiah 2:7 in Oriya 7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Hosea 9:3 in Oriya 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
Hosea 11:7 in Oriya 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Hosea 13:6 in Oriya 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
Micah 2:10 in Oriya 10 ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।
Micah 3:10 in Oriya 10 ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
Matthew 4:5 in Oriya 5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
John 5:37 in Oriya 37 ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
Revelation 2:21 in Oriya 21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।