Isaiah 26:15 in Oriya 15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
Other Translations King James Version (KJV) Thou hast increased the nation, O LORD, thou hast increased the nation: thou art glorified: thou hadst removed it far unto all the ends of the earth.
American Standard Version (ASV) Thou hast increased the nation, O Jehovah, thou hast increased the nation; thou art glorified; thou hast enlarged all the borders of the land.
Bible in Basic English (BBE) You have made the nation great, O Lord, you have made it great; glory is yours: you have made wide the limits of the land.
Darby English Bible (DBY) Thou hast increased the nation, Jehovah, thou hast increased the nation: thou art glorified. Thou hadst removed [it] far [unto] all the ends of the earth.
World English Bible (WEB) You have increased the nation, O Yahweh, you have increased the nation; you are glorified; you have enlarged all the borders of the land.
Young's Literal Translation (YLT) Thou hast added to the nation, O Jehovah, Thou hast added to the nation, Thou hast been honoured, Thou hast put far off all the ends of earth.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Genesis 13:16 in Oriya 16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
Numbers 23:10 in Oriya 10 ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 10:22 in Oriya 22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।
Deuteronomy 28:25 in Oriya 25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Deuteronomy 28:64 in Oriya 64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
Deuteronomy 32:26 in Oriya 26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
1 Kings 8:46 in Oriya 46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା'ନ୍ତି;
2 Kings 17:6 in Oriya 6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।
2 Kings 17:23 in Oriya 23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।
2 Kings 23:27 in Oriya 27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
Nehemiah 9:23 in Oriya 23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
Psalm 86:9 in Oriya 9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Isaiah 6:12 in Oriya 12 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
Isaiah 9:3 in Oriya 3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
Isaiah 10:22 in Oriya 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Isaiah 33:17 in Oriya 17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
Isaiah 44:23 in Oriya 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Isaiah 54:2 in Oriya 2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Jeremiah 30:19 in Oriya 19 ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
Jeremiah 32:37 in Oriya 37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 36:24 in Oriya 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
John 12:23 in Oriya 23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
John 13:31 in Oriya 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ।
John 15:8 in Oriya 8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
John 17:1 in Oriya 1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।