Isaiah 26:19 in Oriya 19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।
Other Translations King James Version (KJV) Thy dead men shall live, together with my dead body shall they arise. Awake and sing, ye that dwell in dust: for thy dew is as the dew of herbs, and the earth shall cast out the dead.
American Standard Version (ASV) Thy dead shall live; my dead bodies shall arise. Awake and sing, ye that dwell in the dust; for thy dew is `as' the dew of herbs, and the earth shall cast forth the dead.
Bible in Basic English (BBE) Your dead will come back; their dead bodies will come to life again. Those in the dust, awaking from their sleep, will send out a song; for your dew is a dew of light, and the earth will give birth to the shades.
Darby English Bible (DBY) Thy dead shall live, my dead bodies shall arise. Awake and sing in triumph, ye that dwell in dust; for thy dew is the dew of the morning, and the earth shall cast forth the dead.
World English Bible (WEB) Your dead shall live; my dead bodies shall arise. Awake and sing, you who dwell in the dust; for your dew is [as] the dew of herbs, and the earth shall cast forth the dead.
Young's Literal Translation (YLT) `Thy dead live -- My dead body they rise. Awake and sing, ye dwellers in the dust, For the dew of herbs `is' thy dew, And the land of Rephaim thou causest to fall.
Cross Reference Genesis 2:5 in Oriya 5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
Deuteronomy 32:2 in Oriya 2 ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
Deuteronomy 33:13 in Oriya 13 ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
Deuteronomy 33:28 in Oriya 28 “ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।
Job 29:19 in Oriya 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
Psalm 22:15 in Oriya 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।
Psalm 71:20 in Oriya 20 ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Ezekiel 37:1 in Oriya 1 ସଦାପ୍ରଭୁଙ୍କ ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
Daniel 12:2 in Oriya 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Hosea 13:14 in Oriya 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Hosea 14:5 in Oriya 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କୋଇଁ ଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ।
Zechariah 8:12 in Oriya 12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
Matthew 27:52 in Oriya 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
Matthew 27:58 in Oriya 58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ।
John 5:28 in Oriya 28 ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
Acts 24:15 in Oriya 15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
1 Corinthians 15:20 in Oriya 20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
1 Corinthians 15:22 in Oriya 22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Ephesians 5:14 in Oriya 14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।
Philippians 3:10 in Oriya 10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
1 Thessalonians 4:14 in Oriya 14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ୍।
Revelation 11:8 in Oriya 8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା।
Revelation 20:5 in Oriya 5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।