Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Other Translations King James Version (KJV) Come, my people, enter thou into thy chambers, and shut thy doors about thee: hide thyself as it were for a little moment, until the indignation be overpast.
American Standard Version (ASV) Come, my people, enter thou into thy chambers, and shut thy doors about thee: hide thyself for a little moment, until the indignation be overpast.
Bible in Basic English (BBE) Come, my people, into your secret places, and let your doors be shut: keep yourself safe for a short time, till his wrath is over.
Darby English Bible (DBY) Come, my people, enter into thy chambers, and shut thy doors about thee; hide thyself just for a little moment, until the indignation be past.
World English Bible (WEB) Come, my people, enter you into your chambers, and shut your doors about you: hide yourself for a little moment, until the indignation be past.
Young's Literal Translation (YLT) Come, My people, enter into thy inner chambers, And shut thy doors behind thee, Hide thyself shortly a moment till the indignation pass over.
Cross Reference Genesis 7:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
Genesis 7:16 in Oriya 16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ।
Exodus 12:22 in Oriya 22 ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହଦ୍ୱାରରେ ବାହାରକୁ ନ ଯାଉ।
Psalm 17:8 in Oriya 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Psalm 27:5 in Oriya 5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
Psalm 30:5 in Oriya 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Psalm 31:20 in Oriya 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
Psalm 32:7 in Oriya 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 91:4 in Oriya 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Psalm 143:9 in Oriya 9 ହେ ସଦାପ୍ରଭୁ, ମୋ' ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 10:25 in Oriya 25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
Isaiah 32:18 in Oriya 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Isaiah 51:4 in Oriya 4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Isaiah 51:16 in Oriya 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
Isaiah 54:7 in Oriya 7 ଆମ୍ଭେ ଅଳ୍ପ କ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।
Jeremiah 7:23 in Oriya 23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।'
Jeremiah 31:14 in Oriya 14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
Ezekiel 11:16 in Oriya 16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।
Matthew 6:6 in Oriya 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
2 Corinthians 4:17 in Oriya 17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;