Isaiah 27:1 in Oriya 1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ଼୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Other Translations King James Version (KJV) In that day the LORD with his sore and great and strong sword shall punish leviathan the piercing serpent, even leviathan that crooked serpent; and he shall slay the dragon that is in the sea.
American Standard Version (ASV) In that day Jehovah with his hard and great and strong sword will punish leviathan the swift serpent, and leviathan the crooked serpent; and he will slay the monster that is in the sea.
Bible in Basic English (BBE) In that day the Lord, with his great and strong and cruel sword, will send punishment on Leviathan, the quick-moving snake, and on Leviathan, the twisted snake; and he will put to death the dragon which is in the sea.
Darby English Bible (DBY) In that day Jehovah, with his sore and great and strong sword, will visit leviathan the fleeing serpent, and leviathan the crooked serpent; and he will slay the monster that is in the sea.
World English Bible (WEB) In that day Yahweh with his hard and great and strong sword will punish leviathan the swift serpent, and leviathan the crooked serpent; and he will kill the monster that is in the sea.
Young's Literal Translation (YLT) In that day lay a charge doth Jehovah, With his sword -- the sharp, and the great, and the strong, On leviathan -- a fleeing serpent, And on leviathan -- a crooked serpent, And He hath slain the dragon that `is' in the sea.
Cross Reference Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Job 3:8 in Oriya 8 ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
Job 12:1 in Oriya 1 ତହୁଁ ଆୟୁବ ଉତ୍ତର କରି କହିଲା,
Job 26:13 in Oriya 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
Job 40:19 in Oriya 19 ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ଼୍ଗ ତାହାକୁ ସ୍ପର୍ଶ କରିପାରେ।
Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 74:13 in Oriya 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Psalm 104:26 in Oriya 26 ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ୍ ଥାଏ।
Isaiah 26:21 in Oriya 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
Isaiah 34:5 in Oriya 5 କାରଣ ଆମ୍ଭର ଖଡ଼୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 65:25 in Oriya 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।
Isaiah 66:16 in Oriya 16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ଼୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
Jeremiah 47:6 in Oriya 6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।
Jeremiah 51:13 in Oriya 13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Ezekiel 32:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।”
Revelation 2:16 in Oriya 16 ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
Revelation 12:3 in Oriya 3 ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
Revelation 13:4 in Oriya 4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ?
Revelation 13:11 in Oriya 11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Revelation 16:13 in Oriya 13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
Revelation 17:15 in Oriya 15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
Revelation 19:21 in Oriya 21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,