Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Other Translations King James Version (KJV) Judgment also will I lay to the line, and righteousness to the plummet: and the hail shall sweep away the refuge of lies, and the waters shall overflow the hiding place.
American Standard Version (ASV) And I will make justice the line, and righteousness the plummet; and the hail shall sweep away the refuge of lies, and the waters shall overflow the hiding-place.
Bible in Basic English (BBE) And I will make right decision the measuring-line, and righteousness the weight: and the ice-storm will take away the safe place of false words, and the secret place will be covered by the flowing waters.
Darby English Bible (DBY) And I will appoint judgment for a line, and righteousness for a plummet; and the hail shall sweep away the refuge of lies, and the waters shall overflow the hiding-place.
World English Bible (WEB) I will make justice the line, and righteousness the plummet; and the hail shall sweep away the refuge of lies, and the waters shall overflow the hiding-place.
Young's Literal Translation (YLT) And I have put judgment for a line, And righteousness for a plummet, And sweep away doth hail the refuge of lies, And the secret hiding-place do waters overflow.
Cross Reference Exodus 9:18 in Oriya 18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
2 Kings 21:13 in Oriya 13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
Job 22:16 in Oriya 16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
Psalm 94:15 in Oriya 15 ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
Isaiah 5:16 in Oriya 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Isaiah 10:22 in Oriya 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Isaiah 28:2 in Oriya 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
Isaiah 28:15 in Oriya 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Isaiah 30:28 in Oriya 28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 32:18 in Oriya 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Jeremiah 7:4 in Oriya 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Jeremiah 7:14 in Oriya 14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 23:19 in Oriya 19 ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Jeremiah 30:23 in Oriya 23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Daniel 11:22 in Oriya 22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।
Amos 7:7 in Oriya 7 ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।
Matthew 7:27 in Oriya 27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।
Romans 2:2 in Oriya 2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଇଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 9:28 in Oriya 28 “ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।'
2 Peter 3:6 in Oriya 6 ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;
Revelation 8:7 in Oriya 7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।
Revelation 19:2 in Oriya 2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।