Isaiah 28:9 in Oriya 9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?
Other Translations King James Version (KJV) Whom shall he teach knowledge? and whom shall he make to understand doctrine? them that are weaned from the milk, and drawn from the breasts.
American Standard Version (ASV) Whom will he teach knowledge? and whom will he make to understand the message? them that are weaned from the milk, and drawn from the breasts?
Bible in Basic English (BBE) To whom will he give knowledge? and to whom will he make clear the word? Will it be to those who have newly given up milk, and who have only now been taken from the breast?
Darby English Bible (DBY) Whom shall he teach knowledge? and whom shall he make to understand the report? Them that are weaned from the milk, withdrawn from the breasts?
World English Bible (WEB) Whom will he teach knowledge? and whom will he make to understand the message? those who are weaned from the milk, and drawn from the breasts?
Young's Literal Translation (YLT) By whom doth He teach knowledge? And by whom doth He cause to understand the report? The weaned from milk, the removed from breasts,
Cross Reference Psalm 50:17 in Oriya 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
Psalm 131:2 in Oriya 2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ' ପ୍ରାଣ ମୋ' ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
Proverbs 1:29 in Oriya 29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
Isaiah 28:26 in Oriya 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
Isaiah 30:10 in Oriya 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Isaiah 30:20 in Oriya 20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
Isaiah 48:17 in Oriya 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Isaiah 50:4 in Oriya 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 6:10 in Oriya 10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Matthew 21:15 in Oriya 15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
Mark 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଇଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 12:38 in Oriya 38 ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
John 12:47 in Oriya 47 କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି