Isaiah 29:15 in Oriya 15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”
Other Translations King James Version (KJV) Woe unto them that seek deep to hide their counsel from the LORD, and their works are in the dark, and they say, Who seeth us? and who knoweth us?
American Standard Version (ASV) Woe unto them that hide deep their counsel from Jehovah, and whose works are in the dark, and that say, Who seeth us? and who knoweth us?
Bible in Basic English (BBE) Cursed are those who go deep to keep their designs secret from the Lord, and whose works are in the dark, and who say, Who sees us? and who has knowledge of our acts?
Darby English Bible (DBY) Woe unto them that hide deep, far from Jehovah, their counsel! And their works are in the dark, and they say, Who seeth us? and who knoweth us?
World English Bible (WEB) Woe to those who hide deep their counsel from Yahweh, and whose works are in the dark, and who say, Who sees us? and who knows us?
Young's Literal Translation (YLT) Wo `to' those going deep from Jehovah to hide counsel, And whose works have been in darkness. And they say, `Who is seeing us? And who is knowing us?'
Cross Reference Job 22:13 in Oriya 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?
Job 24:13 in Oriya 13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
Job 34:22 in Oriya 22 ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
Psalm 10:11 in Oriya 11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Psalm 59:7 in Oriya 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ?
Psalm 64:5 in Oriya 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ ?”
Psalm 73:11 in Oriya 11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
Psalm 94:7 in Oriya 7 ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
Psalm 139:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ।
Isaiah 5:18 in Oriya 18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 28:15 in Oriya 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 47:10 in Oriya 10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
Isaiah 57:12 in Oriya 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Jeremiah 23:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?
Ezekiel 8:12 in Oriya 12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Zephaniah 1:12 in Oriya 12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
Malachi 2:17 in Oriya 17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।
Luke 12:1 in Oriya 1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Corinthians 4:2 in Oriya 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଇଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଇଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।