Isaiah 29:9 in Oriya 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
Other Translations King James Version (KJV) Stay yourselves, and wonder; cry ye out, and cry: they are drunken, but not with wine; they stagger, but not with strong drink.
American Standard Version (ASV) Tarry ye and wonder; take your pleasure and be blind: they are drunken, but not with wine; they stagger, but not with strong drink.
Bible in Basic English (BBE) Be surprised and full of wonder; let your eyes be covered and be blind: be overcome, but not with wine; go with uncertain steps, but not because of strong drink.
Darby English Bible (DBY) Be astounded and astonished, blind yourselves and be blind! They are drunken, but not with wine; they stagger, but not with strong drink.
World English Bible (WEB) Stay you and wonder; take your pleasure and be blind: they are drunken, but not with wine; they stagger, but not with strong drink.
Young's Literal Translation (YLT) Tarry and wonder, look ye, yea, look, Be drunk, and not with wine, Stagger, and not with strong drink.
Cross Reference Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 19:14 in Oriya 14 ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
Isaiah 22:12 in Oriya 12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Isaiah 28:7 in Oriya 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Isaiah 29:10 in Oriya 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Isaiah 33:13 in Oriya 13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
Isaiah 49:26 in Oriya 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 51:21 in Oriya 21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Jeremiah 2:12 in Oriya 12 “ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହା ଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ,” ଏହା ସଦାପ୍ରଭୁ କହନ୍ତି।
Jeremiah 23:9 in Oriya 9 ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
Jeremiah 25:27 in Oriya 27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।'
Jeremiah 51:7 in Oriya 7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Habakkuk 1:5 in Oriya 5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
Matthew 26:45 in Oriya 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Mark 14:41 in Oriya 41 ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Acts 13:40 in Oriya 40 ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।