Isaiah 3:24 in Oriya 24 ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
Other Translations King James Version (KJV) And it shall come to pass, that instead of sweet smell there shall be stink; and instead of a girdle a rent; and instead of well set hair baldness; and instead of a stomacher a girding of sackcloth; and burning instead of beauty.
American Standard Version (ASV) And it shall come to pass, that instead of sweet spices there shall be rottenness; and instead of a girdle, a rope; and instead of well set hair, baldness; and instead of a robe, a girding of sackcloth; branding instead of beauty.
Bible in Basic English (BBE) And in the place of sweet spices will be an evil smell, and for a fair band a thick cord; for a well-dressed head there will be the cutting-off of the hair, and for a beautiful robe there will be the clothing of sorrow; the mark of the prisoner in place of the ornaments of the free.
Darby English Bible (DBY) And it shall come to pass, instead of perfume there shall be rottenness; and instead of a girdle, a rope; and instead of well-set hair, baldness; and instead of a robe of display, a girding of sackcloth; brand instead of beauty.
World English Bible (WEB) It shall happen that instead of sweet spices, there shall be rottenness; Instead of a belt, a rope; Instead of well set hair, baldness; Instead of a robe, a girding of sackcloth; And branding instead of beauty.
Young's Literal Translation (YLT) And it hath been, instead of spice is muck, And instead of a girdle, a rope, And instead of curled work, baldness, And instead of a stomacher a girdle of sackcloth.
Cross Reference Leviticus 26:16 in Oriya 16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
Deuteronomy 28:22 in Oriya 22 ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ।
Deuteronomy 32:24 in Oriya 24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
Esther 2:12 in Oriya 12 ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା ; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା ;
Job 16:15 in Oriya 15 ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।
Proverbs 7:17 in Oriya 17 ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
Proverbs 31:24 in Oriya 24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Isaiah 15:3 in Oriya 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
Isaiah 22:12 in Oriya 12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Isaiah 32:9 in Oriya 9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ' ବାକ୍ୟରେ କର୍ଣ୍ଣପାତ କର।
Isaiah 57:9 in Oriya 9 ପୁଣି, ତୁମ୍ଭେ ତୈଳ ଘେନି ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।
Jeremiah 4:8 in Oriya 8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।
Jeremiah 6:26 in Oriya 26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
Jeremiah 48:37 in Oriya 37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।”
Jeremiah 49:3 in Oriya 3 “ହେ ହିଶ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
Lamentations 2:10 in Oriya 10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
Ezekiel 7:18 in Oriya 18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
Ezekiel 27:31 in Oriya 31 ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
Joel 1:8 in Oriya 8 ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
Amos 8:10 in Oriya 10 ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
Micah 1:16 in Oriya 16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
1 Peter 3:3 in Oriya 3 ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,
Revelation 11:3 in Oriya 3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।
Revelation 18:9 in Oriya 9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;