Isaiah 3:5 in Oriya 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
Other Translations King James Version (KJV) And the people shall be oppressed, every one by another, and every one by his neighbour: the child shall behave himself proudly against the ancient, and the base against the honourable.
American Standard Version (ASV) And the people shall be oppressed, every one by another, and every one by his neighbor: the child shall behave himself proudly against the old man, and the base against the honorable.
Bible in Basic English (BBE) And the people will be crushed, every one by his neighbour; the young will be full of pride against the old, and those of low position will be lifted up against the noble.
Darby English Bible (DBY) And the people shall be oppressed one by the other, and each by his neighbour; the child will be insolent against the elder, and the base against the honourable.
World English Bible (WEB) The people will be oppressed, Everyone by another, And everyone by his neighbor. The child will behave himself proudly against the old man, And the base against the honorable.
Young's Literal Translation (YLT) And the people hath exacted -- man upon man, Even a man on his neighbour, Enlarge themselves do the youths against the aged, And the lightly esteemed against the honoured.
Cross Reference Leviticus 19:32 in Oriya 32 ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
2 Samuel 16:5 in Oriya 5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।
2 Kings 2:23 in Oriya 23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବୈଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Job 30:1 in Oriya 1 ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
Ecclesiastes 10:5 in Oriya 5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 9:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Isaiah 11:13 in Oriya 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
Jeremiah 9:3 in Oriya 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 22:6 in Oriya 6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Amos 4:1 in Oriya 1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।”
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Zechariah 7:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 26:67 in Oriya 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
Matthew 27:28 in Oriya 28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
Mark 14:65 in Oriya 65 ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
Luke 22:64 in Oriya 64 ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ ! କହ ତ କିଏ ତୋତେ ମାଇଲା ?
James 2:6 in Oriya 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ?
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।