Isaiah 3:8 in Oriya 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
Other Translations King James Version (KJV) For Jerusalem is ruined, and Judah is fallen: because their tongue and their doings are against the LORD, to provoke the eyes of his glory.
American Standard Version (ASV) For Jerusalem is ruined, and Judah is fallen; because their tongue and their doings are against Jehovah, to provoke the eyes of his glory.
Bible in Basic English (BBE) For Jerusalem has become feeble, and destruction has come on Judah, because their words and their acts are against the Lord, moving the eyes of his glory to wrath.
Darby English Bible (DBY) For Jerusalem stumbleth and Judah falleth, because their tongue and their doings are against Jehovah, to provoke the eyes of his glory.
World English Bible (WEB) For Jerusalem is ruined, and Judah is fallen; Because their tongue and their doings are against Yahweh, To provoke the eyes of his glory.
Young's Literal Translation (YLT) For stumbled hath Jerusalem, and Judah hath fallen, For their tongue and their doings `are' against Jehovah, To provoke the eyes of His glory.
Cross Reference 2 Chronicles 28:5 in Oriya 5 ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
2 Chronicles 28:18 in Oriya 18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
2 Chronicles 33:6 in Oriya 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
2 Chronicles 33:11 in Oriya 11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ।
2 Chronicles 36:17 in Oriya 17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
Psalm 73:8 in Oriya 8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
Isaiah 1:7 in Oriya 7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
Isaiah 5:18 in Oriya 18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 57:4 in Oriya 4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?
Isaiah 65:3 in Oriya 3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Lamentations 5:16 in Oriya 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
Ezekiel 8:4 in Oriya 4 ଆଉ ଦେଖ, ପଦା-ଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।
Ezekiel 8:12 in Oriya 12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Hosea 7:16 in Oriya 16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Habakkuk 1:13 in Oriya 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Matthew 12:36 in Oriya 36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
1 Corinthians 10:22 in Oriya 22 ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?
Jude 1:15 in Oriya 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।