Isaiah 30:10 in Oriya 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Other Translations King James Version (KJV) Which say to the seers, See not; and to the prophets, Prophesy not unto us right things, speak unto us smooth things, prophesy deceits:
American Standard Version (ASV) that say to the seers, See not; and to the prophets, Prophesy not unto us right things, speak unto us smooth things, prophesy deceits,
Bible in Basic English (BBE) Who say to the seers, See not; and to the prophets, Do not give us word of what is true, but say false things to give us pleasure:
Darby English Bible (DBY) who say to the seers, See not; and to the prophets, Prophesy not unto us right things; speak unto us smooth things, prophesy deceits;
World English Bible (WEB) who tell the seers, "Don't see;" and to the prophets, "Don't prophesy to us right things, speak to us smooth things, prophesy deceits,
Young's Literal Translation (YLT) Who have said to seers, `Ye do not see,' And to prophets, `Ye do not prophesy to us Straightforward things, Speak to us smooth things, prophesy deceits,
Cross Reference 1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
1 Kings 22:27 in Oriya 27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
2 Chronicles 16:10 in Oriya 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
2 Chronicles 18:7 in Oriya 7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଯିମ୍ଳର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
2 Chronicles 24:19 in Oriya 19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 11:21 in Oriya 21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
Jeremiah 23:17 in Oriya 17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;' ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।'
Jeremiah 23:26 in Oriya 26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ?
Jeremiah 26:11 in Oriya 11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
Jeremiah 26:20 in Oriya 20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
Jeremiah 29:27 in Oriya 27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ ?
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Ezekiel 13:7 in Oriya 7 ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?
Ezekiel 13:18 in Oriya 18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ ?
Amos 2:12 in Oriya 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।’
Amos 7:13 in Oriya 13 ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
Micah 2:6 in Oriya 6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ।
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
John 7:7 in Oriya 7 ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
John 8:45 in Oriya 45 କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।
Acts 4:17 in Oriya 17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
Acts 5:28 in Oriya 28 “ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ,” ତଥାପି “ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।”
Romans 16:18 in Oriya 18 କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
Galatians 4:16 in Oriya 16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ?
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Revelation 11:7 in Oriya 7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ।