Isaiah 30:2 in Oriya 2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
Other Translations King James Version (KJV) That walk to go down into Egypt, and have not asked at my mouth; to strengthen themselves in the strength of Pharaoh, and to trust in the shadow of Egypt!
American Standard Version (ASV) that set out to go down into Egypt, and have not asked at my mouth; to strengthen themselves in the strength of Pharaoh, and to take refuge in the shadow of Egypt!
Bible in Basic English (BBE) Who make a move to go down into Egypt, without authority from me; who are looking to the strength of Pharaoh for help, and whose hope is in the shade of Egypt.
Darby English Bible (DBY) who walk to go down into Egypt, and have not asked of my mouth, -- to take refuge under the protection of Pharaoh, and trust in the shadow of Egypt!
World English Bible (WEB) that set out to go down into Egypt, and have not asked at my mouth; to strengthen themselves in the strength of Pharaoh, and to take refuge in the shadow of Egypt!
Young's Literal Translation (YLT) Who are walking to go down to Egypt, And My mouth have not asked, To be strong in the strength of Pharaoh, And to trust in the shadow of Egypt.
Cross Reference Numbers 27:21 in Oriya 21 ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
Deuteronomy 28:68 in Oriya 68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”
Joshua 9:14 in Oriya 14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।
Judges 9:15 in Oriya 15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।
1 Kings 22:7 in Oriya 7 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ ?”
2 Kings 17:4 in Oriya 4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
Isaiah 16:3 in Oriya 3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
Isaiah 18:1 in Oriya 1 ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;
Isaiah 20:5 in Oriya 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
Isaiah 31:1 in Oriya 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 36:6 in Oriya 6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
Isaiah 36:9 in Oriya 9 ତେବେ କିପରି ତୁମ୍ଭେ ମୋ' ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ?
Jeremiah 21:2 in Oriya 2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Jeremiah 37:5 in Oriya 5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
Jeremiah 42:2 in Oriya 2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
Jeremiah 42:20 in Oriya 20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।'
Jeremiah 43:7 in Oriya 7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ।
Lamentations 4:20 in Oriya 20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।
Ezekiel 29:6 in Oriya 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।