Isaiah 30:23 in Oriya 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Other Translations King James Version (KJV) Then shall he give the rain of thy seed, that thou shalt sow the ground withal; and bread of the increase of the earth, and it shall be fat and plenteous: in that day shall thy cattle feed in large pastures.
American Standard Version (ASV) And he will give the rain for thy seed, wherewith thou shalt sow the ground; and bread of the increase of the ground, and it shall be fat and plenteous. In that day shall thy cattle feed in large pastures;
Bible in Basic English (BBE) And he will give rain for your seed, so that you may put it in the earth; and you will have bread from the produce of the earth, good and more than enough for your needs: in that day the cattle will get their food in wide grass-lands.
Darby English Bible (DBY) And he will give the rain of thy seed with which thou shalt sow the ground; and bread, the produce of the ground, and it shall be fat and rich. In that day shall thy cattle feed in large pastures;
World English Bible (WEB) He will give the rain for your seed, with which you shall sow the ground; and bread of the increase of the ground, and it shall be fat and plenteous. In that day shall your cattle feed in large pastures;
Young's Literal Translation (YLT) And He hath given rain `for' thy seed, With which thou dost sow the ground, And bread, the increase of the ground, And it hath been fat and plenteous, Enjoy do thy cattle in that day an enlarged pasture.
Cross Reference Genesis 41:18 in Oriya 18 ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
Genesis 41:26 in Oriya 26 ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
Genesis 41:47 in Oriya 47 ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
Psalm 36:8 in Oriya 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Psalm 65:9 in Oriya 9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
Psalm 104:13 in Oriya 13 ସେ ଆପଣା କୋଠରୀରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।
Psalm 107:35 in Oriya 35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
Psalm 144:12 in Oriya 12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 32:20 in Oriya 20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
Isaiah 44:2 in Oriya 2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୂଣ, ଭୟ କର ନାହିଁ।
Isaiah 55:10 in Oriya 10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
Isaiah 58:11 in Oriya 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Hosea 2:21 in Oriya 21 ଆହୁରି, ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
Hosea 4:16 in Oriya 16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
Joel 2:21 in Oriya 21 ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
Amos 4:7 in Oriya 7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
Zechariah 8:11 in Oriya 11 ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 10:1 in Oriya 1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
1 Timothy 4:8 in Oriya 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।