Isaiah 30:29 in Oriya 29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Other Translations King James Version (KJV) Ye shall have a song, as in the night when a holy solemnity is kept; and gladness of heart, as when one goeth with a pipe to come into the mountain of the LORD, to the mighty One of Israel.
American Standard Version (ASV) Ye shall have a song as in the night when a holy feast is kept; and gladness of heart, as when one goeth with a pipe to come unto the mountain of Jehovah, to the Rock of Israel.
Bible in Basic English (BBE) You will have a song, as in the night when a holy feast is kept; and you will be glad in heart, as when they go with music of the pipe to the mountain of the Lord, the Rock of Israel.
Darby English Bible (DBY) Ye shall have a song, as in the night when a feast is sanctified; and joy of heart, as of one who goeth with a pipe to come unto the mountain of Jehovah, to the Rock of Israel.
World English Bible (WEB) You shall have a song as in the night when a holy feast is kept; and gladness of heart, as when one goes with a pipe to come to the mountain of Yahweh, to the Rock of Israel.
Young's Literal Translation (YLT) Singing is to you as in a night sanctified for a festival, And joy of heart as he who is going with a pipe, To go in to the mountain of Jehovah, Unto the rock of Israel.
Cross Reference Exodus 15:1 in Oriya 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Leviticus 23:32 in Oriya 32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
Deuteronomy 16:6 in Oriya 6 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
Deuteronomy 16:14 in Oriya 14 ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Deuteronomy 32:31 in Oriya 31 କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
1 Chronicles 13:7 in Oriya 7 ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
2 Chronicles 20:27 in Oriya 27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
Psalm 18:31 in Oriya 31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ?
Psalm 32:7 in Oriya 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
Psalm 42:4 in Oriya 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Psalm 81:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 95:1 in Oriya 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Psalm 150:3 in Oriya 3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 26:1 in Oriya 1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
Isaiah 26:4 in Oriya 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
Jeremiah 19:1 in Oriya 1 ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Matthew 26:30 in Oriya 30 ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।