Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Other Translations King James Version (KJV) And the LORD shall cause his glorious voice to be heard, and shall shew the lighting down of his arm, with the indignation of his anger, and with the flame of a devouring fire, with scattering, and tempest, and hailstones.
American Standard Version (ASV) And Jehovah will cause his glorious voice to be heard, and will show the lighting down of his arm, with the indignation of `his' anger, and the flame of a devouring fire, with a blast, and tempest, and hailstones.
Bible in Basic English (BBE) And the Lord will send out the sound of his great voice, and they will see his arm stretched out, with the heat of his wrath, and the flame of a burning fire; with a cloud-burst, and storm, and a rain of ice.
Darby English Bible (DBY) And Jehovah will cause the majesty of his voice to be heard, and will shew the lighting down of his arm with indignation of anger, and a flame of consuming fire, with waterflood and storm and hailstones.
World English Bible (WEB) Yahweh will cause his glorious voice to be heard, and will show the lighting down of his arm, with the indignation of [his] anger, and the flame of a devouring fire, with a blast, and tempest, and hailstones.
Young's Literal Translation (YLT) And caused to be heard hath Jehovah The honour of His voice, And the coming down of His arm He doth shew with the raging of anger, And the flame of a consuming fire, Scattering, and inundation, and hailstone.
Cross Reference Exodus 15:16 in Oriya 16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍ଧ ହୋଇ ରହିଅଛନ୍ତି।
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
1 Samuel 7:10 in Oriya 10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
Job 37:2 in Oriya 2 ତୁମ୍ଭେମାନେ ତାହାଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।
Job 40:9 in Oriya 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
Psalm 2:5 in Oriya 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
Psalm 18:13 in Oriya 13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; ତାହା ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର।
Psalm 29:3 in Oriya 3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
Psalm 46:6 in Oriya 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
Psalm 50:1 in Oriya 1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
Psalm 76:5 in Oriya 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
Psalm 97:3 in Oriya 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Isaiah 28:2 in Oriya 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
Isaiah 29:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Isaiah 32:19 in Oriya 19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 62:8 in Oriya 8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Ezekiel 10:5 in Oriya 5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
Ezekiel 38:19 in Oriya 19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ଜାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Matthew 24:7 in Oriya 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Revelation 1:15 in Oriya 15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Revelation 14:16 in Oriya 16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।
Revelation 16:18 in Oriya 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।