Isaiah 31:2 in Oriya 2 ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
Other Translations King James Version (KJV) Yet he also is wise, and will bring evil, and will not call back his words: but will arise against the house of the evildoers, and against the help of them that work iniquity.
American Standard Version (ASV) Yet he also is wise, and will bring evil, and will not call back his words, but will arise against the house of the evil-doers, and against the help of them that work iniquity.
Bible in Basic English (BBE) Though he is wise, and able to send evil, and his purpose will not be changed; but he will go against the house of the evil-doers, and against those to whom they are looking for help.
Darby English Bible (DBY) But he also is wise, and he bringeth evil, and recalleth not his words; and he will arise against the house of evildoers, and against the help of workers of iniquity.
World English Bible (WEB) Yet he also is wise, and will bring evil, and will not call back his words, but will arise against the house of the evil-doers, and against the help of those who work iniquity.
Young's Literal Translation (YLT) And He also `is' wise, and bringeth in evil, And His words He hath not turned aside, And He hath risen against a house of evil doers, And against the help of workers of iniquity.
Cross Reference Numbers 10:35 in Oriya 35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।
Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Joshua 23:15 in Oriya 15 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
1 Samuel 2:3 in Oriya 3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
Job 5:13 in Oriya 13 ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 68:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Psalm 78:65 in Oriya 65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Isaiah 20:4 in Oriya 4 ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
Isaiah 22:14 in Oriya 14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
Isaiah 28:21 in Oriya 21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
Isaiah 30:3 in Oriya 3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
Isaiah 30:13 in Oriya 13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”
Isaiah 31:3 in Oriya 3 ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
Isaiah 32:6 in Oriya 6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
Isaiah 45:7 in Oriya 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Isaiah 63:4 in Oriya 4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
Jeremiah 10:7 in Oriya 7 ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
Jeremiah 10:12 in Oriya 12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
Jeremiah 36:32 in Oriya 32 ତହୁଁ ଯିରିମୀୟ ଆଉ ଖଣ୍ଡେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।
Jeremiah 44:29 in Oriya 29 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।”
Ezekiel 29:6 in Oriya 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Romans 16:27 in Oriya 27 ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଇଶ୍ବରଙ୍କ ଗୌରବ ହେଉ। ଆମେନ୍।
1 Corinthians 1:21 in Oriya 21 କାରଣ ଇଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ।
Jude 1:25 in Oriya 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।