Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Other Translations King James Version (KJV) And a man shall be as an hiding place from the wind, and a covert from the tempest; as rivers of water in a dry place, as the shadow of a great rock in a weary land.
American Standard Version (ASV) And a man shall be as a hiding-place from the wind, and a covert from the tempest, as streams of water in a dry place, as the shade of a great rock in a weary land.
Bible in Basic English (BBE) And a man will be as a safe place from the wind, and a cover from the storm; as rivers of water in a dry place, as the shade of a great rock in a waste land.
Darby English Bible (DBY) And a man shall be as a hiding-place from the wind, and a covert from the storm; as brooks of water in a dry place, as the shadow of a great rock in a thirsty land.
World English Bible (WEB) A man shall be as a hiding-place from the wind, and a covert from the tempest, as streams of water in a dry place, as the shade of a great rock in a weary land.
Young's Literal Translation (YLT) And each hath been as a hiding-place `from' wind, And as a secret hiding-place `from' inundation, As rivulets of waters in a dry place, As a shadow of a heavy rock in a weary land.
Cross Reference Psalm 31:2 in Oriya 2 ମୋ' ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ' ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
Psalm 32:7 in Oriya 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 143:9 in Oriya 9 ହେ ସଦାପ୍ରଭୁ, ମୋ' ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
Psalm 146:3 in Oriya 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Isaiah 32:18 in Oriya 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Isaiah 35:6 in Oriya 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
Isaiah 41:18 in Oriya 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
Isaiah 43:20 in Oriya 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟ ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
Revelation 22:1 in Oriya 1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।