Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Other Translations King James Version (KJV) The sinners in Zion are afraid; fearfulness hath surprised the hypocrites. Who among us shall dwell with the devouring fire? who among us shall dwell with everlasting burnings?
American Standard Version (ASV) The sinners in Zion are afraid; trembling hath seized the godless ones: Who among us can dwell with the devouring fire? who among us can dwell with everlasting burnings?
Bible in Basic English (BBE) The sinners in Zion are full of fear; the haters of God are shaking with wonder. Who among us may keep his place before the burning fire? who among us may see the eternal burnings?
Darby English Bible (DBY) The sinners in Zion are afraid; trembling hath surprised the hypocrites: Who among us shall dwell with the consuming fire? who among us shall dwell with everlasting flames?
World English Bible (WEB) The sinners in Zion are afraid; trembling has seized the godless ones: Who among us can dwell with the devouring fire? who among us can dwell with everlasting burning?
Young's Literal Translation (YLT) Afraid in Zion have been sinners, Seized hath trembling the profane: Who doth dwell for us -- consuming fire, Who doth dwell for us -- burnings of the age?
Cross Reference Numbers 17:12 in Oriya 12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।
Deuteronomy 5:24 in Oriya 24 ପୁଣି, ତୁମ୍ଭେମାନେ କହିଲ, “ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।”
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Job 15:21 in Oriya 21 ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
Job 18:11 in Oriya 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
Psalm 11:6 in Oriya 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
Psalm 21:9 in Oriya 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
Psalm 50:3 in Oriya 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Psalm 53:5 in Oriya 5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
Proverbs 28:1 in Oriya 1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Isaiah 7:2 in Oriya 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 28:14 in Oriya 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Isaiah 29:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Isaiah 30:8 in Oriya 8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର।
Isaiah 30:27 in Oriya 27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Isaiah 32:11 in Oriya 11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
Isaiah 34:9 in Oriya 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
Isaiah 66:24 in Oriya 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Matthew 18:8 in Oriya 8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Matthew 22:12 in Oriya 12 ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
Matthew 24:51 in Oriya 51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 16:23 in Oriya 23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 12:29 in Oriya 29 କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ।
Revelation 6:15 in Oriya 15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।