Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Other Translations King James Version (KJV) He that walketh righteously, and speaketh uprightly; he that despiseth the gain of oppressions, that shaketh his hands from holding of bribes, that stoppeth his ears from hearing of blood, and shutteth his eyes from seeing evil;
American Standard Version (ASV) He that walketh righteously, and speaketh uprightly; he that despiseth the gain of oppressions, that shaketh his hands from taking a bribe, that stoppeth his ears from hearing of blood, and shutteth his eyes from looking upon evil:
Bible in Basic English (BBE) He whose ways are true, and whose words are upright; he who gives no thought to the profits of false acts, whose hands have not taken rewards, who will have no part in putting men to death, and whose eyes are shut against evil;
Darby English Bible (DBY) -- He that walketh righteously, and speaketh uprightly; he that despiseth the gain of oppressions, that shaketh his hands from taking hold of bribes, that stoppeth his ears from hearing of blood, and shutteth his eyes from seeing evil:
World English Bible (WEB) He who walks righteously, and speaks blamelessly; he who despises the gain of oppressions, who shakes his hands from taking a bribe, who stops his ears from hearing of blood, and shuts his eyes from looking on evil:
Young's Literal Translation (YLT) Whoso is walking righteously, And is speaking uprightly, Kicking against gain of oppressions, Shaking his hands from taking hold on a bribe, Stopping his ear from hearing of blood, And shutting his eyes from looking on evil,
Cross Reference Exodus 23:6 in Oriya 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Numbers 16:15 in Oriya 15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
1 Samuel 24:4 in Oriya 4 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।
1 Samuel 26:8 in Oriya 8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।
Nehemiah 5:7 in Oriya 7 ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।
Job 31:13 in Oriya 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Job 31:29 in Oriya 29 ମୋ' ଘୃଣାକାରୀର ବିନାଶରେ ଯେବେ ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
Psalm 1:1 in Oriya 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Psalm 15:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
Psalm 24:4 in Oriya 4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
Psalm 26:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
Psalm 26:4 in Oriya 4 ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
Psalm 26:9 in Oriya 9 ପାପୀମାନଙ୍କ ସଙ୍ଗେ ମୋ' ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ' ଜୀବନକୁ ସଂଗ୍ରହ କର ନାହିଁ।
Psalm 106:3 in Oriya 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
Psalm 119:37 in Oriya 37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
Isaiah 56:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
Isaiah 58:8 in Oriya 8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।
Jeremiah 5:26 in Oriya 26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
Jeremiah 40:15 in Oriya 15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ ?”
Ezekiel 18:15 in Oriya 15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Malachi 2:6 in Oriya 6 ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
Matthew 26:15 in Oriya 15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Luke 3:12 in Oriya 12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ?
Luke 19:8 in Oriya 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Acts 8:18 in Oriya 18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Ephesians 5:11 in Oriya 11 ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
1 John 3:7 in Oriya 7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;