Isaiah 35:6 in Oriya 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
Other Translations King James Version (KJV) Then shall the lame man leap as an hart, and the tongue of the dumb sing: for in the wilderness shall waters break out, and streams in the desert.
American Standard Version (ASV) Then shall the lame man leap as a hart, and the tongue of the dumb shall sing; for in the wilderness shall waters break out, and streams in the desert.
Bible in Basic English (BBE) Then will the feeble-footed be jumping like a roe, and the voice which was stopped will be loud in song: for in the waste land streams will be bursting out, and waters in the dry places.
Darby English Bible (DBY) then shall the lame [man] leap as a hart, and the tongue of the dumb sing: for in the wilderness shall waters break out, and torrents in the desert.
World English Bible (WEB) Then shall the lame man leap as a hart, and the tongue of the mute shall sing; for in the wilderness shall waters break out, and streams in the desert.
Young's Literal Translation (YLT) Then leap as a hart doth the lame, And sing doth the tongue of the dumb, For broken up in a wilderness have been waters, And streams in a desert.
Cross Reference Exodus 17:6 in Oriya 6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
Numbers 20:11 in Oriya 11 ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
Nehemiah 9:15 in Oriya 15 ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।
Psalm 46:4 in Oriya 4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ।
Psalm 51:15 in Oriya 15 ହେ ପ୍ରଭୁ, ମୋ' ଓଷ୍ଠାଧର ଫିଟାଅ, ତହିଁରେ ମୋ' ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
Psalm 78:15 in Oriya 15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
Isaiah 32:4 in Oriya 4 ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
Isaiah 35:1 in Oriya 1 ପ୍ରାନ୍ତର ଓ ନିଷଦ୍ଦ ସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Isaiah 43:19 in Oriya 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Isaiah 48:21 in Oriya 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Ezekiel 47:1 in Oriya 1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Zechariah 14:8 in Oriya 8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।
Matthew 9:32 in Oriya 32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ।
Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Matthew 12:22 in Oriya 22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
Matthew 15:30 in Oriya 30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
Matthew 21:14 in Oriya 14 ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
Mark 7:32 in Oriya 32 ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
Mark 9:17 in Oriya 17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
Luke 1:64 in Oriya 64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଇଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।
Luke 11:14 in Oriya 14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
John 5:8 in Oriya 8 ଯୀଶୁ ତାଙ୍କୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Acts 3:2 in Oriya 2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
Acts 3:6 in Oriya 6 କିନ୍ତୁ ପିତର କହିଲେ, “ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ।”
Acts 8:7 in Oriya 7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
Acts 14:8 in Oriya 8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Revelation 22:1 in Oriya 1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।