Isaiah 37:16 in Oriya 16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Other Translations King James Version (KJV) O LORD of hosts, God of Israel, that dwellest between the cherubims, thou art the God, even thou alone, of all the kingdoms of the earth: thou hast made heaven and earth.
American Standard Version (ASV) O Jehovah of hosts, the God of Israel, that sittest `above' the cherubim, thou art the God, even thou alone, of all the kingdoms of the earth; thou hast made heaven and earth.
Bible in Basic English (BBE) O Lord of armies, the God of Israel, seated between the winged ones, you only are the God of all the kingdoms of the earth; you have made heaven and earth.
Darby English Bible (DBY) Jehovah of hosts, the God of Israel, who sittest [between] the cherubim, thou, the Same, thou alone art the God of all the kingdoms of the earth: thou hast made the heavens and the earth.
World English Bible (WEB) Yahweh of hosts, the God of Israel, who sits [above] the cherubim, you are the God, even you alone, of all the kingdoms of the earth; you have made heaven and earth.
Young's Literal Translation (YLT) `Jehovah of Hosts, God of Israel, inhabiting the cherubs, Thou `art' God Himself -- Thyself alone -- to all kingdoms of the earth, Thou hast made the heavens and the earth.
Cross Reference Genesis 1:1 in Oriya 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
Exodus 25:22 in Oriya 22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
1 Samuel 4:4 in Oriya 4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
2 Samuel 7:26 in Oriya 26 “ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ,” ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତ କାଳ ମହତ୍ ହେଉ।
1 Kings 18:32 in Oriya 32 ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
2 Kings 5:15 in Oriya 15 ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Psalm 86:10 in Oriya 10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
Psalm 99:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Psalm 136:2 in Oriya 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Psalm 146:6 in Oriya 6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
Isaiah 6:3 in Oriya 3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
Isaiah 8:13 in Oriya 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Isaiah 43:10 in Oriya 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
John 1:3 in Oriya 3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
Colossians 1:16 in Oriya 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।