Isaiah 37:22 in Oriya 22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
Other Translations King James Version (KJV) This is the word which the LORD hath spoken concerning him; The virgin, the daughter of Zion, hath despised thee, and laughed thee to scorn; the daughter of Jerusalem hath shaken her head at thee.
American Standard Version (ASV) this is the word which Jehovah hath spoken concerning him: The virgin daughter of Zion hath despised thee and laughed thee to scorn; the daughter of Jerusalem hath shaken her head at thee.
Bible in Basic English (BBE) This is the word which the Lord has said about him: In the eyes of the virgin daughter of Zion you are shamed and laughed at; the daughter of Jerusalem has made sport of you.
Darby English Bible (DBY) this is the word which Jehovah hath spoken against him: The virgin-daughter of Zion despiseth thee, laugheth thee to scorn; the daughter of Jerusalem shaketh her head at thee.
World English Bible (WEB) this is the word which Yahweh has spoken concerning him: The virgin daughter of Zion has despised you and ridiculed you; the daughter of Jerusalem has shaken her head at you.
Young's Literal Translation (YLT) this `is' the word that Jehovah spake concerning him: Trampled on thee, laughed at thee, Hath the virgin daughter of Zion, Behind thee shaken the head hath the daughter of Jerusalem.
Cross Reference 1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
1 Samuel 17:44 in Oriya 44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ' କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।
Job 16:4 in Oriya 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା'ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
Psalm 2:2 in Oriya 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Psalm 9:14 in Oriya 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନର ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
Psalm 22:7 in Oriya 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 31:18 in Oriya 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Isaiah 1:8 in Oriya 8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Isaiah 10:32 in Oriya 32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
Isaiah 23:12 in Oriya 12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
Isaiah 62:11 in Oriya 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
Jeremiah 14:17 in Oriya 17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
Lamentations 1:15 in Oriya 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋ' ଯୁବକଗଣକୁ ଦଳି ପକାଇବା ପାଇଁ ମୋ' ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
Lamentations 2:13 in Oriya 13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?
Joel 3:9 in Oriya 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Amos 5:2 in Oriya 2 ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 2:10 in Oriya 10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 21:5 in Oriya 5 ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,