Isaiah 37:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Other Translations King James Version (KJV) It may be the LORD thy God will hear the words of Rabshakeh, whom the king of Assyria his master hath sent to reproach the living God, and will reprove the words which the LORD thy God hath heard: wherefore lift up thy prayer for the remnant that is left.
American Standard Version (ASV) It may be Jehovah thy God will hear the words of Rabshakeh, whom the king of Assyria his master hath sent to defy the living God, and will rebuke the words which Jehovah thy God hath heard: wherefore lift up thy prayer for the remnant that is left.
Bible in Basic English (BBE) It may be that the Lord your God will give ear to the words of the Rab-shakeh, whom the king of Assyria, his master, has sent to say evil things against the living God, and will make his words come to nothing: so make your prayer for the rest of the people.
Darby English Bible (DBY) It may be Jehovah thy God will hear the words of Rab-shakeh, whom the king of Assyria his master has sent to reproach the living God, and will rebuke the words which Jehovah thy God hath heard. Therefore lift up a prayer for the remnant that is left.
World English Bible (WEB) It may be Yahweh your God will hear the words of Rabshakeh, whom the king of Assyria his master has sent to defy the living God, and will rebuke the words which Yahweh your God has heard. Therefore lift up your prayer for the remnant that is left.
Young's Literal Translation (YLT) `It may be Jehovah thy God doth hear the words of Rabshakeh with which the king of Asshur his lord hath sent him to reproach the living God, and hath decided concerning the words that Jehovah thy God hath heard, and thou hast lifted up prayer for the remnant that is found.'
Cross Reference Joshua 14:12 in Oriya 12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା'ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।
1 Samuel 7:8 in Oriya 8 ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।
1 Samuel 12:19 in Oriya 19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
1 Samuel 14:6 in Oriya 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
2 Samuel 16:12 in Oriya 12 ହୋଇପାରେ, ମୋ' ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
2 Kings 17:18 in Oriya 18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।
2 Kings 18:9 in Oriya 9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
2 Kings 19:22 in Oriya 22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ପବିତ୍ରଙ୍କ ବିରୁଦ୍ଧରେ !”
2 Chronicles 28:19 in Oriya 19 କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟଲଙ୍ଘନ କରିଥିଲେ।
2 Chronicles 32:15 in Oriya 15 ଏହେତୁ ହିଜକିୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ' ହସ୍ତରୁ ଓ ମୋ' ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରି ପାରିବେ ?
Psalm 50:21 in Oriya 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
Psalm 106:23 in Oriya 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Isaiah 8:7 in Oriya 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 10:22 in Oriya 22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Isaiah 36:13 in Oriya 13 ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୂଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
Isaiah 36:18 in Oriya 18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ'ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?
Isaiah 36:20 in Oriya 20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ' ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ' ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Joel 2:17 in Oriya 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ ?”
Amos 5:15 in Oriya 15 ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Romans 9:27 in Oriya 27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;”
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।