Isaiah 38:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
Other Translations King James Version (KJV) And said, Remember now, O LORD, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept sore.
American Standard Version (ASV) and said, Remember now, O Jehovah, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept sore.
Bible in Basic English (BBE) O Lord, keep in mind how I have been true to you with all my heart, and have done what is good in your eyes. And Hezekiah gave way to bitter weeping.
Darby English Bible (DBY) and said, Ah, Jehovah, remember, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept much.
World English Bible (WEB) and said, Remember now, Yahweh, I beg you, how I have walked before you in truth and with a perfect heart, and have done that which is good in your sight. Hezekiah wept sore.
Young's Literal Translation (YLT) and saith, `I pray thee, O Jehovah, remember, I pray Thee, how I have walked habitually before Thee in truth, and with a perfect heart, and that which `is' good in thine eyes I have done;' and Hezekiah weepeth -- a great weeping.
Cross Reference Genesis 5:22 in Oriya 22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Genesis 6:9 in Oriya 9 ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Deuteronomy 6:18 in Oriya 18 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
2 Samuel 12:21 in Oriya 21 ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
1 Kings 2:4 in Oriya 4 ତହିଁରେ ସଦାପ୍ରଭୁ ମୋ' ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”
1 Kings 15:14 in Oriya 14 ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
2 Kings 18:5 in Oriya 5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।
1 Chronicles 29:9 in Oriya 9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
1 Chronicles 29:19 in Oriya 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ' ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
2 Chronicles 25:2 in Oriya 2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Ezra 10:1 in Oriya 1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Nehemiah 1:4 in Oriya 4 ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
Nehemiah 5:19 in Oriya 19 ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋ' ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।
Nehemiah 13:14 in Oriya 14 ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।
Nehemiah 13:22 in Oriya 22 ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋ' ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।
Nehemiah 13:31 in Oriya 31 ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।
Job 23:11 in Oriya 11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
Psalm 6:8 in Oriya 8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ' ରୋଦନର ରବ ଶୁଣିଅଛନ୍ତି।
Psalm 16:8 in Oriya 8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
Psalm 18:20 in Oriya 20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ' ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
Psalm 20:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
Psalm 26:3 in Oriya 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ' ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
Psalm 32:2 in Oriya 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
Psalm 101:2 in Oriya 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ' ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
Psalm 102:9 in Oriya 9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
Psalm 119:80 in Oriya 80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ' ଅନ୍ତଃକରଣ ସିଦ୍ଧ ହେଉ।
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
John 1:47 in Oriya 47 ଯୀଶୁ ନଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
1 John 3:21 in Oriya 21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଇଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,