Isaiah 4:3 in Oriya 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
Other Translations King James Version (KJV) And it shall come to pass, that he that is left in Zion, and he that remaineth in Jerusalem, shall be called holy, even every one that is written among the living in Jerusalem:
American Standard Version (ASV) And it shall come to pass, that he that is left in Zion, and he that remaineth in Jerusalem, shall be called holy, even every one that is written among the living in Jerusalem;
Bible in Basic English (BBE) And it will come about that the rest of the living in Zion, and of those who have been kept from destruction in Jerusalem, will be named holy, even everyone who has been recorded for life in Jerusalem:
Darby English Bible (DBY) And it shall come to pass that he who remaineth in Zion, and he that is left in Jerusalem, shall be called holy, -- every one that is written among the living in Jerusalem;
World English Bible (WEB) It will happen, that he who is left in Zion, and he who remains in Jerusalem, shall be called holy, even everyone who is written among the living in Jerusalem;
Young's Literal Translation (YLT) And it hath been, he who is left in Zion, And he who is remaining in Jerusalem, `Holy' is said of him, Of every one who is written for life in Jerusalem.
Cross Reference Exodus 32:32 in Oriya 32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ-କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
Psalm 69:28 in Oriya 28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
Isaiah 1:27 in Oriya 27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Ezekiel 13:9 in Oriya 9 “ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 36:24 in Oriya 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Ezekiel 43:12 in Oriya 12 ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Luke 10:20 in Oriya 20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର।
Acts 13:48 in Oriya 48 ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଇଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Philippians 4:3 in Oriya 3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Colossians 3:12 in Oriya 12 ଅତଏବ, ଇଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 3:5 in Oriya 5 ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 17:8 in Oriya 8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।