Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Other Translations King James Version (KJV) When the Lord shall have washed away the filth of the daughters of Zion, and shall have purged the blood of Jerusalem from the midst thereof by the spirit of judgment, and by the spirit of burning.
American Standard Version (ASV) when the Lord shall have washed away the filth of the daughters of Zion, and shall have purged the blood of Jerusalem from the midst thereof, by the spirit of justice, and by the spirit of burning.
Bible in Basic English (BBE) When Zion has been washed from her sin by the Lord, and Jerusalem made clean from her blood by a judging and a burning wind.
Darby English Bible (DBY) when the Lord shall have washed away the filth of the daughters of Zion, and shall have scoured out the blood of Jerusalem from its midst, by the spirit of judgment, and by the spirit of burning.
World English Bible (WEB) when the Lord shall have washed away the filth of the daughters of Zion, and shall have purged the blood of Jerusalem from its midst, by the spirit of justice, and by the spirit of burning.
Young's Literal Translation (YLT) If the Lord hath washed away The filth of daughters of Zion, And the blood of Jerusalem purgeth from her midst, By the spirit of judgment, and by the spirit of burning.
Cross Reference Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 3:16 in Oriya 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
Isaiah 9:5 in Oriya 5 ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 28:6 in Oriya 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Ezekiel 16:6 in Oriya 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
Ezekiel 22:15 in Oriya 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Ezekiel 22:18 in Oriya 18 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,”
Ezekiel 24:7 in Oriya 7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Ezekiel 36:29 in Oriya 29 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
Joel 3:21 in Oriya 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Zechariah 3:3 in Oriya 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
John 16:8 in Oriya 8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;