Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Other Translations King James Version (KJV) Hast thou not known? hast thou not heard, that the everlasting God, the LORD, the Creator of the ends of the earth, fainteth not, neither is weary? there is no searching of his understanding.
American Standard Version (ASV) Hast thou not known? hast thou not heard? The everlasting God, Jehovah, the Creator of the ends of the earth, fainteth not, neither is weary; there is no searching of his understanding.
Bible in Basic English (BBE) Have you no knowledge of it? has it not come to your ears? The eternal God, the Lord, the Maker of the ends of the earth, is never feeble or tired; there is no searching out of his wisdom.
Darby English Bible (DBY) Dost thou not know, hast thou not heard, that the everlasting God, Jehovah, the Creator of the ends of the earth, fainteth not nor tireth? There is no searching of his understanding.
World English Bible (WEB) Have you not known? have you not heard? The everlasting God, Yahweh, the Creator of the ends of the earth, doesn't faint, neither is weary; there is no searching of his understanding.
Young's Literal Translation (YLT) Hast thou not known? hast thou not heard? The God of the age -- Jehovah, Preparer of the ends of the earth, Is not wearied nor fatigued, There is no searching of His understanding.
Cross Reference Genesis 21:33 in Oriya 33 ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
1 Samuel 2:10 in Oriya 10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 138:8 in Oriya 8 ସଦାପ୍ରଭୁ ମୋ' ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Psalm 139:6 in Oriya 6 ଏହି ପ୍ରକାର ଜ୍ଞାନ ମୋ' ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ' ବୋଧର ଅଗମ୍ୟ।
Psalm 147:5 in Oriya 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
Isaiah 40:21 in Oriya 21 ତୁମ୍ଭେମାନେ କି ଜାଣି ନାହଁ ? ତୁମ୍ଭେମାନେ କି ଶୁଣି ନାହଁ ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ ?
Isaiah 45:22 in Oriya 22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
Isaiah 55:8 in Oriya 8 ଯେହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।”
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Isaiah 66:9 in Oriya 9 ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?”
Jeremiah 4:22 in Oriya 22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Mark 8:17 in Oriya 17 ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?
Mark 9:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ।
Mark 16:14 in Oriya 14 ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
Luke 24:25 in Oriya 25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
John 5:17 in Oriya 17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।
John 14:9 in Oriya 9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?
Acts 13:47 in Oriya 47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।”
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
Romans 16:26 in Oriya 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଇଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
1 Corinthians 2:16 in Oriya 16 କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।
1 Corinthians 6:3 in Oriya 3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ ?
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 6:16 in Oriya 16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
Philippians 1:6 in Oriya 6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !