Isaiah 40:31 in Oriya 31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
Other Translations King James Version (KJV) But they that wait upon the LORD shall renew their strength; they shall mount up with wings as eagles; they shall run, and not be weary; and they shall walk, and not faint.
American Standard Version (ASV) but they that wait for Jehovah shall renew their strength; they shall mount up with wings as eagles; they shall run, and not be weary; they shall walk, and not faint.
Bible in Basic English (BBE) But those who are waiting for the Lord will have new strength; they will get wings like eagles: running, they will not be tired, and walking, they will have no weariness.
Darby English Bible (DBY) but they that wait upon Jehovah shall renew [their] strength: they shall mount up with wings as eagles; they shall run, and not tire; they shall walk, and not faint.
World English Bible (WEB) but those who wait for Yahweh shall renew their strength; they shall mount up with wings as eagles; they shall run, and not be weary; they shall walk, and not faint.
Young's Literal Translation (YLT) But those expecting Jehovah pass `to' power, They raise up the pinion as eagles, They run and are not fatigued, They go on and do not faint!
Cross Reference Exodus 19:4 in Oriya 4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
Judges 16:28 in Oriya 28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।
Job 17:9 in Oriya 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Job 33:24 in Oriya 24 ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
Psalm 25:3 in Oriya 3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
Psalm 25:5 in Oriya 5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ' ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
Psalm 25:21 in Oriya 21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
Psalm 27:13 in Oriya 13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା'ନ୍ତି।
Psalm 37:34 in Oriya 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 84:7 in Oriya 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Psalm 92:1 in Oriya 1 ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
Psalm 92:13 in Oriya 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Psalm 103:5 in Oriya 5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
Psalm 123:2 in Oriya 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
Psalm 138:3 in Oriya 3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ' ପ୍ରାଣକୁ ବଳ ଦେଇ ସାହସିକ କଲ।
Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 30:18 in Oriya 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Lamentations 3:25 in Oriya 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Zechariah 10:12 in Oriya 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Romans 8:25 in Oriya 25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
2 Corinthians 4:1 in Oriya 1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 4:16 in Oriya 16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Galatians 6:9 in Oriya 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
Hebrews 12:3 in Oriya 3 ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
Revelation 2:3 in Oriya 3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।
Revelation 4:7 in Oriya 7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡନ୍ତା ଉତ୍କ୍ରୋଶ ପକ୍ଷୀ ସଦୃଶ।