Isaiah 40:9 in Oriya 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
Other Translations King James Version (KJV) O Zion, that bringest good tidings, get thee up into the high mountain; O Jerusalem, that bringest good tidings, lift up thy voice with strength; lift it up, be not afraid; say unto the cities of Judah, Behold your God!
American Standard Version (ASV) O thou that tellest good tidings to Zion, get thee up on a high mountain; O thou that tellest good tidings to Jerusalem, lift up thy voice with strength; lift it up, be not afraid; say unto the cities of Judah, Behold, your God!
Bible in Basic English (BBE) You who give good news to Zion, get up into the high mountain; you who give good news to Jerusalem, let your voice be strong; let it be sounding without fear; say to the towns of Judah, See, your God!
Darby English Bible (DBY) O Zion, that bringest glad tidings, get thee up into a high mountain; O Jerusalem, that bringest glad tidings, lift up thy voice with strength: lift it up, be not afraid; say unto the cities of Judah, Behold your God!
World English Bible (WEB) You who tell good news to Zion, go up on a high mountain; you who tell good news to Jerusalem, lift up your voice with strength; lift it up, don't be afraid; say to the cities of Judah, Behold, your God!
Young's Literal Translation (YLT) On a high mountain get thee up, O Zion, Proclaiming tidings, Lift up with power thy voice, O Jerusalem, proclaiming tidings, Lift up, fear not, say to cities of Judah, `Lo, your God.'
Cross Reference Judges 9:7 in Oriya 7 ତହୁଁ ଲୋକମାନେ ଯୋଥମକୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
1 Samuel 26:13 in Oriya 13 ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
2 Chronicles 13:4 in Oriya 4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସମାରୟିମ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋ' କଥା ଶୁଣ;
Ezra 1:1 in Oriya 1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 35:3 in Oriya 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
Isaiah 41:27 in Oriya 27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।”
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Isaiah 58:4 in Oriya 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Jeremiah 22:20 in Oriya 20 ତୁମ୍ଭେ ଲିବାନୋନ୍କୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Acts 2:14 in Oriya 14 କିନ୍ତୁ ପିତର ଏଗାର ଜଣଙ୍କ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
Acts 4:13 in Oriya 13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
Acts 4:29 in Oriya 29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Romans 10:18 in Oriya 18 କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି ? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:28 in Oriya 28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
1 Peter 3:14 in Oriya 14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।