Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Other Translations King James Version (KJV) When the poor and needy seek water, and there is none, and their tongue faileth for thirst, I the LORD will hear them, I the God of Israel will not forsake them.
American Standard Version (ASV) The poor and needy seek water, and there is none, and their tongue faileth for thirst; I, Jehovah, will answer them, I, the God of Israel, will not forsake them.
Bible in Basic English (BBE) The poor and crushed are looking for water where no water is, and their tongue is dry for need of it: I the Lord will give ear to their prayer, I the God of Israel will not give them up.
Darby English Bible (DBY) The afflicted and the needy seek water, and there is none; their tongue faileth for thirst: I, Jehovah, will answer them, [I], the God of Israel, will not forsake them.
World English Bible (WEB) The poor and needy seek water, and there is none, and their tongue fails for thirst; I, Yahweh, will answer them, I, the God of Israel, will not forsake them.
Young's Literal Translation (YLT) The poor and the needy are seeking water, And there is none, Their tongue with thirst hath failed, I, Jehovah do answer them, The God of Israel -- I forsake them not.
Cross Reference Genesis 28:15 in Oriya 15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
Exodus 17:3 in Oriya 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”
Exodus 17:6 in Oriya 6 ଦେଖ, ଆମ୍ଭେ ହୋରେବ୍ରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
Judges 15:18 in Oriya 18 ଏଥି ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।
Psalm 22:15 in Oriya 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ।
Psalm 34:6 in Oriya 6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
Psalm 42:2 in Oriya 2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ' ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 68:9 in Oriya 9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
Psalm 72:12 in Oriya 12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
Psalm 94:14 in Oriya 14 କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
Psalm 102:16 in Oriya 16 କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
Psalm 107:5 in Oriya 5 କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
Isaiah 30:19 in Oriya 19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
Isaiah 42:16 in Oriya 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Isaiah 43:20 in Oriya 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟ ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Lamentations 4:4 in Oriya 4 ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
Amos 8:11 in Oriya 11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 5:6 in Oriya 6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
Luke 16:24 in Oriya 24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।