Isaiah 42:10 in Oriya 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Other Translations King James Version (KJV) Sing unto the LORD a new song, and his praise from the end of the earth, ye that go down to the sea, and all that is therein; the isles, and the inhabitants thereof.
American Standard Version (ASV) Sing unto Jehovah a new song, and his praise from the end of the earth; ye that go down to the sea, and all that is therein, the isles, and the inhabitants thereof.
Bible in Basic English (BBE) Make a new song to the Lord, and let his praise be sounded from the end of the earth; you who go down to the sea, and everything in it, the sea-lands and their people.
Darby English Bible (DBY) Sing unto Jehovah a new song, his praise from the end of the earth, ye that go down to the sea, and all that is therein, the isles and their inhabitants.
World English Bible (WEB) Sing to Yahweh a new song, and his praise from the end of the earth; you who go down to the sea, and all that is therein, the isles, and the inhabitants of it.
Young's Literal Translation (YLT) Sing to Jehovah a new song, His praise from the end of the earth, Ye who are going down to the sea, and its fulness, Isles, and their inhabitants.
Cross Reference 1 Chronicles 16:32 in Oriya 32 ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ;
Psalm 33:3 in Oriya 3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।
Psalm 40:3 in Oriya 3 ପୁଣି, ସେ ମୋ' ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Psalm 96:1 in Oriya 1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
Psalm 96:11 in Oriya 11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Psalm 97:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Psalm 107:23 in Oriya 23 ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
Psalm 117:1 in Oriya 1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
Psalm 148:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱସ୍ଥାନରେ ତାହାଙ୍କର ପ୍ରଶଂସା କର।
Psalm 150:6 in Oriya 6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Isaiah 24:14 in Oriya 14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।
Isaiah 42:4 in Oriya 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Isaiah 44:23 in Oriya 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 49:13 in Oriya 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 60:9 in Oriya 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Isaiah 65:14 in Oriya 14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 14:3 in Oriya 3 ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।